ଆଜି ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Published: Aug 3, 2020, 9:11 pm IST

ରମେଶ ମହାନ୍ତି
ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଳକରୁ ୮ଜଣ, ବିରିଡ଼ି ବ୍ଲକରୁ ୪ଜଣ, ବାଲିକୁଦା ବ୍ଲକରୁ ୪ଜଣ, ଜଗତସିଂହପୁରରୁ ୫ଜଣ ଓ ରଘୁନାଥପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତିର୍ତ୍ତୋଲ ବ୍ଲକରୁ ଚିହ୍ନଟ ହୋଇଥିବା ୮ଜଣ ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ସାଉଦିଆରବ, ତାମିଲନାଡୁ, ତେଲେଙ୍ଗାନା, ୱେଷ୍ଟବେଙ୍ଗଲ ଓ ଦୁବାଇ ଫେରନ୍ତା ପ୍ରବାସୀ ହୋଇଥିବା ବେଳେ ସେମାନେ ସମସ୍ତେ କ୍ଲଷ୍ଟର ଲେବଲ୍ ଟି.ଏମ୍.ସି ରେ ଥିଲେ। ବିରିଡ଼ି ବ୍ଲକରୁ ଚିହ୍ନଟ ହୋଇଥିବା ୪ଜଣ ଆଠଗଡ ଫେରନ୍ତା ପ୍ରବାସୀ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ଚିହ୍ନଟ ହୋଇଥିବା ୪ଜଣଙ୍କ ମଧ୍ୟରୁ ଜଣେ କ୍ଲଷ୍ଟର ଲେବଲ୍ ଟିଏମସି ରେ ଥିବା ବେଳେ ଅନ୍ୟ ୩ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ।

ଜିଲ୍ଲାରୁ ସମୁଦାୟ ୭୬୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୭ଜଣ ସୁସ୍ଥ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି ଓ ୧୬୨ଜଣ ଆକ୍ରାନ୍ତ ବର୍ତ୍ତମାନ ଆକ୍ଟିଭ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related posts