Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେର ସେରମ୍‌ ପ୍ରତିଷ୍ଠାନରେ କରିବାକୁ ଡିସିଜିଆଇର ଅନୁମତି
ଆଜିର ଖବର

କରୋନା ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେର ସେରମ୍‌ ପ୍ରତିଷ୍ଠାନରେ କରିବାକୁ ଡିସିଜିଆଇର ଅନୁମତି

August 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରାଜେନିକା କଂପାନୀର ମିଳିତ ଉଦ୍ୟମରେ ପ୍ରସ୍ତୁତ ହୋଇଥିବା କୋଭିଡ୍‌-19 ଟିକା କୋଭିସିଲ୍‌ର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେ ସ୍ଥିତ ଭାରତୀୟ ସେରମ୍‌ ପ୍ରତିଷ୍ଠାନରେ କରିବା ପାଇଁ ଭେଷଜ ନିୟନ୍ତ୍ରଣ ମହାନିର୍ଦେଶକ (ଡିସିଜିଆଇ) ଅନୁମତି ପ୍ରଦାନ କରିଛନ୍ତି।

ଅପରପକ୍ଷରେ ଆକ୍ରାନ୍ତଙ୍କ ମଧ୍ୟରୁ ମୃତକଙ୍କ ସଂଖ୍ୟା କମିବା (ସିଏଫ୍‌ଆର) ଏବଂ ଅଧିକ ସୁସ୍ଥ ହେବା ଘଟଣାରେ ଭାରତ ସମଗ୍ର ବିଶ୍ୱରେ ତାହାର ସଫଳତା ବଜାୟ ରଖିଛି। ଏବେ ଭାରତରେ କୋଭିଡ୍‌ ରୋଗୀଙ୍କ ମୃତ୍ୟୁସଂଖ୍ୟା ଆକ୍ରାନ୍ତଙ୍କ ଅନୁପାତରେ ସର୍ବନିମ୍ନ ସ୍ତରରେ ରହିଛି। ଆଜିର ସର୍ବଶେଷ ତଥ୍ୟ ଅନୁସାରେ ଏହି ମୃତ୍ୟୁହାର ବା ସିଏଫ୍‌ଆର ଆହୁରି ହ୍ରାସ ପାଇ 2.11 ଶତାଂଶରେ ପହଞ୍ଚିଛି। ଭାରତ ସରକାର କୋଭିଡ୍‌ ପରିଚାଳନା ପାଇଁ ଯେଉଁ ପରୀକ୍ଷା, ଚିହ୍ନଟ, ଚିକିତ୍ସା ରଣନୀତି ପ୍ରଣୟନ କରିଛନ୍ତି ଏହି ଉପଲବ୍‌ଧି ତାହାର ସଫଳ କାର୍ଯ୍ୟକାରିତାର ପରିଣତି।

ଦେଶରେ ଏବେ କୋଭିଡ୍‌ ପରିଚାଳନା ପାଇଁ ଯେଉଁ ରଣନୀତି ଗ୍ରହଣ କରାଯାଇଛି ସେଥିରେ ସବୁଠୁ ବିପଦାପନ୍ନ ଥିବା ଜନସଂଖ୍ୟାକୁ ଚିକିତ୍ସା ଓ ଯତ୍ନରେ ଅଗ୍ରାଧିକାର ଦିଆଯାଉଛି। ଗତ 24 ଘଣ୍ଟା ମଧ୍ୟରେ ଭାରତରେ 40 ହଜାର 574ରୁ ଅଧିକ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ 11ଲକ୍ଷ 86 ହଜାର 203 ଜଣ କୋଭିଡ୍‌ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ହାର କୋଭିଡ୍‌ ଆକ୍ରାନ୍ତଙ୍କ ମଧ୍ୟରେ 65.77 ପ୍ରତିଶତ।

ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟକ ରୋଗୀ ସୁସ୍ଥ ହେଉଥିବାରୁ ଏବେ ଆରୋଗ୍ୟ ଲାଭ କରୁଥିବା ଓ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କ ମଧ୍ୟରେ ବ୍ୟବଧାନ ବୃଦ୍ଧିପାଇ 6 ଲକ୍ଷରେ ପହଞ୍ଚିଛି। ଏବେ ଏହି ସଂଖ୍ୟା 6ଲକ୍ଷ 6ହଜାର 846 ରହିଛି। ଏହାର ଅର୍ଥ ଏବେ ଭାରତରେ ସକ୍ରିୟ କୋଭିଡ୍‌ଙ୍କ ସଂଖ୍ୟା 5ଲକ୍ଷ 79ହଜାର 357 ରହିଛି ଏବଂ ସେମାନେ ସମସ୍ତେ ଚିକିତ୍ସା ଓ ତଦାରଖ ବ୍ୟବସ୍ଥା ମଧ୍ୟରେ ରହିଛନ୍ତି। (ପିଆଇବି ଓଡିଶା)

 

pune vaccine
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Latest News

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.