ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ ବଳୟ, ଛଅ ତାରିଖ ପର୍ଯ୍ୟନ୍ତ ବର୍ଷା, ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ

Published: Aug 4, 2020, 8:06 am IST

ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆସନ୍ତା 6 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଥିସହିତ 3ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଣ୍ଟାକୁ 40ରୁ 50 କିମି ବେଗରେ ପବନ ପ୍ରବାହିତ ହେବ ବୋଲି ଜଣାପଡିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହି ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଗୁଡିକ ହେଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ କଟକ। ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣି ଦିଆଯାଇଛି। ସେହିପରି ଆଉ ସାତୋଟି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ସେସବୁରେ ଅରେଂଜ ୱାର୍ଣ୍ଣି ଦିଆଯାଇଛି। ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ,ମୟୁରଭଂଜ, ଯାଜପୁର,ଅନୁଗୁଳ, ଢେଙ୍କାନାଳ ଏବଂ ବୈଦ୍ଧ।

ଏହି ଲଘୁଚାପ ବଳୟ ପୂର୍ବରୁ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଯାଇଛି।

Related posts