ସିଦ୍ଧରମୈୟାଙ୍କୁ କରୋନା

Published: Aug 4, 2020, 10:55 am IST

ନୂଆଦିଲ୍ଲୀ : କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ କରୋନା। ସେ ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତାଙ୍କର କରୋନା ରିପୋର୍ଟ ପଜିଟିଭ୍‌ ଆସିଛି ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ସହିତ ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକମାନଙ୍କୁ କରୋନା ପରୀକ୍ଷା କରିବା ସହିତ କ୍ବାରେଣ୍ଟାଇନ୍‌ରେ ରହିବାକୁ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ରାଜନୈତିକ ବ୍ୟକ୍ତିବିଶେଷମାନେ ଏବେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଦେଶର ଗୃହମନ୍ତ୍ରୀ ଅମିତ୍‌ ଶାହା କରୋନାରେ ଆକ୍ରାନ୍ତ ହେବା ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦ୍ୟୁରପ୍ପା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଲୋକସଭା ସାଂସଦ କାର୍ତ୍ତି ଚିଦାମ୍ବରମ୍‌ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବାବେଳେ ତାମିଲନାଡୁର ରାଜ୍ୟପାଳ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଆଇସୋଲେଟ୍‌ରେ ରହିଛନ୍ତି। (ଏଜେନ୍ସି)

Related posts