Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି
ଆଜିର ଖବର

କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି

August 4, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ଖୋର୍ଦ୍ଧା: ଆଜି ଦାୟିତ୍ଵ ଗ୍ରହଣ କରିବା ସହ କାର୍ଯ୍ୟରେ ଯୋଗଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି। କାର୍ଯ୍ଯାଭାର ଗ୍ରହଣ କରିବାର ପ୍ରଥମ ଦିନରେ ପ୍ରାଣନାଥ ସ୍ଵୟଂ ଶାସିତ ମହାବିଦ୍ୟାଳୟ ଠାରେ ୧୪୫ ଶଯ୍ୟା ବିଶିଷ୍ଟ କୋଭିଡ ଯତ୍ନ କେନ୍ଦ୍ରକୁ ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ। ଏହି ଅବସରରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳଙ୍କୁ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ଅଜେୟ ପ୍ରତାପ ସ୍ଵାଇଁ ଏବଂ ଅନ୍ୟ ଅଧିକାରୀମାନେ ସୌଜନ୍ୟମୂଳକ ଭାବରେ ସାକ୍ଷାତ କରିଥିଲେ। ଏହା ସହିତ ଜିଲ୍ଲାପାଳ କାର୍ଯ୍ଯାଳୟରେ ନୂତନ ଜିଲ୍ଲାପାଳଙ୍କୁ ଅଧିକାରୀମାନେ ସ୍ଵାଗତ ଦେବା ସହିତ ପୂର୍ବତନ ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଅନୁଜ କୁମାର ଦାସ ପଟ୍ଟନାୟକ, ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ଵାଇଁ, ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ, ଭୁବନେଶ୍ବର ଉପଜିଲ୍ଲାପାଳ ଦେବବ୍ରତ ସାହୁ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅଧିକ ଗୁରୁତ୍ଵ ଦେବେ ବୋଲି କହିଛନ୍ତି ଜିଲ୍ଲାପାଳ। ଏହା ସହିତ ସରକାରଙ୍କ ପ୍ରତ୍ୟେକ ଯୋଜନାର ସଫଳ ରୂପାୟନ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଜିଲ୍ଲାପାଳ ଶ୍ରୀ ସନତ କୁମାର ମହାନ୍ତି। ଗଞ୍ଜାମ ଜିଲ୍ଲା ପରେ ଖୋର୍ଦ୍ଧାଜିଲ୍ଲା ରାଜ୍ୟରେ ଦ୍ଵିତୀୟ କରୋନା ହଟସ୍ପଟ ଜିଲ୍ଲା।

ଜିଲ୍ଲା ଭିତରେ ଚିଲିକା ନିର୍ବାଚନ ମଣ୍ଡଳୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ଅଞ୍ଚଳମାନଙ୍କରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାପାଳ କ’ଣ ସବୁ ପଦକ୍ଷେପ ନେବେ ବୋଲି ଏକ ପ୍ରଶ୍ନରେ, କରୋନା ସଂକ୍ରମଣକୁ ରୋକିବା ପାଇଁ ସଂପୂର୍ଣ୍ଣ ପ୍ରୟାସ କରିବି ବୋଲି ଆମ ଚିଲିକା ପ୍ରତିନିଧିଙ୍କୁ ଟେଲିଫୋନ ମାଧ୍ୟମରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଶ୍ରୀ ସନତ କୁମାର ମହାନ୍ତି।

ଗତ କିଛି ଦିନ ତଳେ ଟାଙ୍ଗୀ ତହସିଲଦାରଙ୍କୁ ମାଙ୍କଡା ପଥର ଖଣି ମାଫିଆଙ୍କ ଦ୍ଵାରା ଆକ୍ରମଣ ଘଟଣାର ପ୍ରଶ୍ନରେ ଜିଲ୍ଲାପାଳ ଉତ୍ତର ରଖି କହିଥିଲେ ଯେ, ଏନେଇ ସେ ଅପରାଧୀଙ୍କ ବିରୋଧରେ କଡା ପଦକ୍ଷେପ ନେବା ସହିତ ଜିଲ୍ଲାରେ ଆଇନ ଶୃଙ୍ଖଳାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଚେଷ୍ଟା କରିବି ବୋଲି କହିଛନ୍ତି ଜିଲ୍ଲାପାଳ।

ଖୋର୍ଦ୍ଧା ଜିଲ୍ଲାପାଳ ଶୁଭାରମ୍ଭ ସନତ କୁମାର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.