ଆଜି ରାଜ୍ୟରୁ 1337 ପଜିଟିଭ୍‌ ଚିହ୍ନଟ, ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 39ହଜାର ଟପିଲା

Published: Aug 5, 2020, 10:57 am IST

ଭୁବନେଶ୍ବର : ରାଜ୍ୟରେ ଆଜି 1337 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 815ଜଣ ଚିହ୍ନଟ ହୋଇଥିବାବେଳେ 522ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 39ହଜାର 018କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 14 ହଜାର 267ଜଣ । ସେହିପରି ସୁସ୍ଥ ହୋଇଛନ୍ତି 24 ହଜାର 482ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 225ଜଣ। ସେହିପରି 46 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts