Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁନାହିଁ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବନ ପଟ୍ଟନାୟକ
ଆଜିର ଖବର

କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁନାହିଁ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବନ ପଟ୍ଟନାୟକ

August 5, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁନାହିଁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,  ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି।

ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି।

ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ। ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ; ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ।

BJD Naveen Patnaik
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.