Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କୁ ଭେଟିଲେ ଦିଲ୍ଲୀପ, ଘରବାହୁଡ଼ା ନେଇ ଚର୍ଚ୍ଚା
ଆଜିର ଖବର

ନବୀନଙ୍କୁ ଭେଟିଲେ ଦିଲ୍ଲୀପ, ଘରବାହୁଡ଼ା ନେଇ ଚର୍ଚ୍ଚା

March 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
dillip ray meets maveen pattanaik
dillip ray meets maveen pattanaik

ବରିଷ୍ଠ ନେତା ଦିଲୀପ ରାୟ ଶନିବାର ଦିନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପରେ ଦିଲୀପ ଖୁବ୍‌ଶୀଘ୍ର ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା ଚାଲିଛି। ଦଳୀୟ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଦିଲୀପ ତାଙ୍କ ସମର୍ଥକଙ୍କ ସହ ସୋମବାର ବିଜେଡିରେ ଯୋଗଦାନ କରିବେ। ହେଲେ ଏନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇନାହିଁ। ବିଜେଡିରେ ମିଶିବା ପୂର୍ବରୁ ଦିଲୀପ କିଛି ସର୍ତ୍ତ ରଖିଛନ୍ତି, ଯାହାକୁ ନେଇ ରବିବାର ଦଳର ଏକ ବୈଠକ ବସିବ। ଦିଲୀପଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା କିଛି  ସର୍ତ୍ତକୁ ନେଇ ଆଲୋଚନା କରାଯିବ। ସେ ବିଜେଡିକୁ ଫେରିଲେ, ତାଙ୍କୁ କେନ୍ଦ୍ରାପଡା କିମ୍ବା ବରଗଡ ଲୋକ ସଭା ଆସନରୁ ପ୍ରାର୍ଥୀ କରାଯିବା ସମ୍ଭାବନା ରହିଛି। ସେହିପରି ଦିଲୀପଙ୍କ ଯୋଗଦାନ ପୂର୍ବରୁ ବିଜେଡି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ। ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରମୁଖ ରାଜନୈତିକ ସହଯୋଗୀ ଭାବେ ଦିଲୀପ ଜଣାଶୁଣା। ୨୦୦୯ରେ ଉଭୟେ ଏକସଙ୍ଗେ ନୂଆଦିଲ୍ଲୀସ୍ଥିତ କାର୍ଯ୍ୟାଳୟରେ ଭାଜପାରେ ମିଶିଥିଲେ। ହେଲେ ଗତବର୍ଷ ଦିଲୀପ ଏବଂ ବିଜୟ ଭାଜପାରୁ ଇସ୍ତଫା ଦେଇଥିଲେ। ରାଉରକେଲାରୁ ପ୍ରତିନିଧିତ୍ୱ କରୁଥିବା ଦିଲୀପ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ। ବର୍ତ୍ତମାନ  ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ଦିଲ୍ଲୀପଙ୍କ ଘରବାହୁଡ଼ା ପକ୍କା ଲାଗୁଥିଲେ ମଧ୍ୟ ବିଜୟ ବିଜେଡ଼ିକୁ ପ୍ରତ୍ୟାବର୍ତ୍ତନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି।

dillipray meet naveen thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.