Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ବ୍ଲକ ଏବଂ ଏନ.ଏ.ସି କୁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ
ଆଜିର ଖବର

ବାଣପୁର ବ୍ଲକ ଏବଂ ଏନ.ଏ.ସି କୁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ

August 8, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମଗ୍ର ଜିଲ୍ଲାରେ ଆଜି ୨୭୪ ଜଣ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏପରିକି ଗତକାଲି ଖୋର୍ଦ୍ଧା ଜିଲ୍ଲା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲାକୁ ଟପିଯାଇଥିଲା।  ଅନୁରୂପ ଭାବେ ବାଣପୁର ବ୍ଲକ ଏବଂ ଏନ.ଏ.ସି ରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଅଣାୟତ୍ତ ଅବସ୍ଥାରେ। ଏହାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ କୁ ପ୍ରତିହିତ କରିବାପାଇଁ ଗତକାଲି ବାଣପୁର ବି.ଡ଼ି.ଓ ଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପତ୍ର ସଂଖ୍ୟା ୨୭୬ ରେ ଏକ ଚିଠି ଜିଲ୍ଲାପାଳ ଙ୍କ ନିକଟକୁ ପଠାଯାଇଥିଲା, ଯେଉଁଥିରେ ବାଣପୁର ବ୍ଲକ ଏବଂ ଏନ.ଏ.ସି କୁ ସାତ ଦିନ ପାଇଁ ସମ୍ପୂର୍ଣ୍ଣ ସଟ ଡ଼ାଉନ ପାଇଁ ଅନୁମତି ମଗାଯାଇଥିଲା।

ଏହାକୁ ଗମ୍ଭୀରତାର ସହ ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ବେହୁରିଆ ବାଣପୁର ବ୍ଲକ ଏବଂ ବାଣପୁର ଏନ.ଏ.ସି ର ସମସ୍ତ ଅଞ୍ଚଳକୁ ତା ୧୧.୦୮.୨୦(ମଙ୍ଗଳବାର) ସନ୍ଧ୍ୟା ୭ ଘଟିକାରୁ ତା ୧୪.୦୮.୨୦(ଶୁକ୍ରବାର) ସଂଧ୍ୟା ୭ ଘଟିକା ଯାଏଁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କରିଛନ୍ତି। ଉକ୍ତ ସମୟରେ କୌଣସି ବ୍ୟକ୍ତି ଘରୁ ବାହାରିବେ ନାହିଁ ଏବଂ ଏହି ସଟ ଡ଼ାଉନ ଅଞ୍ଚଳରେ ସମସ୍ତ ସରକାରୀ ଏବଂ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିବ। ଉକ୍ତ ସମୟରେ ସମସ୍ତ ଅଞ୍ଚଳକୁ ସାନିଟାଇଜେସନ କରାଯିବା ସହ ସ୍ଵାବ ନମୂନା ସଂଗ୍ରହ କରାଯିବ। ଏହି ସମୟରେ ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରିଛନ୍ତି ଉପ ଜିଲ୍ଲାପାଳ। ତେବେ ବ୍ଲକ ଏବଂ ଏନ.ଏ.ସି ପ୍ରଶାସନ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଟିମ ଦ୍ୱାରା ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ମେଡ଼ିସିନ ଅଞ୍ଚଳବାସୀଙ୍କୁ ଯୋଗାଇଦିଆଯିବ।

ସଟ ଡ଼ାଉନ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସହ ବିଭିନ୍ନ କାର୍ଯ୍ୟ ତଦାରଖ ପାଇଁ ଉପ ଜିଲ୍ଲାପାଳ ନିମ୍ନଲିଖିତ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ଅଜୟ କୁମାର ଗୁମାନସିଂ (କନିଷ୍ଠ ଯନ୍ତ୍ରୀ, ବାଣପୁର ବ୍ଲକ) ଏବଂ ଶ୍ରୀ ସନ୍ତୋଷ ନିଆଲ(କାର୍ଯ୍ୟନିର୍ବାହୀ ଅଧିକାରୀ, ବାଣପୁର ଏନ.ଏ.ସି )ଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଦାୟିତ୍ବ ଦିଆଯାଇଥିବାବେଳେ ବାଣପୁର ଫାୟାର ଷ୍ଟେସନ ଅଫିସରଙ୍କୁ ସଟ ଡ଼ାଉନ ଅଞ୍ଚଳ ଏବଂ ବଫର୍‌ ଜୋନ୍‌କୁ ନିୟମିତ ବ୍ୟବଧାନରେ ସାନିଟାଇଜ୍‌ କରିବାକୁ ଦାୟିତ୍ବ ଦିଆଯାଇଛି। ଡ଼ାଃ ଡ଼ି. ମହାପାତ୍ର(ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ) ଙ୍କୁ କଣ୍ଟ୍ରାକ୍ଟ ଟ୍ରେସିଂ ଏବଂ ସମ୍ପୃକ୍ତ ଅଞ୍ଚଳରେ ସର୍ଭେଲାନ୍ସ ଓ ସ୍ବାବ୍‌ ଟେଷ୍ଟିଂ ଦାୟିତ୍ବ ଦିଆଯାଇଛି ଏବଂ ଶ୍ରୀମତୀ ବିଦ୍ୟୁତପ୍ରଭା ରଥ( ସି.ଡ଼ି.ପି.ଓ )ଙ୍କୁ ଘରକୁ ଘର ବୁଲି ସର୍ଭେ କରିବା ଦାୟିତ୍ବ ସହ ବାଣପୁର ମେଡିକାଲ ଅଧିକାରୀଙ୍କୁ ସହାୟତା କରିବା ପାଇଁ ଦାୟିତ୍ୱ ଦିଆଯାଇଛି।  ଉକ୍ତ ସବୁ କାର୍ଯ୍ୟକୁ ତଦାରଖ କରିବେ ବାଣପୁର ବ୍ଲକ ବି.ଡ଼ି.ଓ ଡ଼ାଃ ଶୁଭଶ୍ରୀ ତ୍ରିପାଠୀ ଏବଂ ବାଣପୁର ତହସିଲଦାର ଶ୍ରୀ ମନ୍ମଥ କୁମାର ବେହେରା।

ଅଶୋକ କୁମାର ବେହୁରିଆ ଖୋର୍ଦ୍ଧା ଉପଜିଲ୍ଲାପାଳ ବାଣପୁର ବ୍ଲକ ସଟ ଡ଼ାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026

ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

June 4, 2026
Latest News

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026

ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

June 4, 2026

ଭାରତରେ ପ୍ରଥମ ଫ୍ଲେକ୍ସ-ଫୁଏଲ ବାଇକ୍ ର ଶୁଭାରମ୍ଭ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.