ଆଜି ରାଜ୍ୟରୁ 1734 ପଜିଟିଭ୍‌ ଚିହ୍ନଟ, ରାଜ୍ୟର ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 45 ହଜାର ଟପିଲା

Published: Aug 9, 2020, 10:50 am IST

ଭୁବନେଶ୍ବର : ରାଜ୍ୟରେ ଆଜି 1734 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1075ଜଣ ଚିହ୍ନଟ ହୋଇଥିବାବେଳେ 659ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  45 ହଜାର 927କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 15 ହଜାର 365ଜଣ । ସେହିପରି ସୁସ୍ଥ ହୋଇଛନ୍ତି 30 ହଜାର 241 ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 259ଜଣ । ସେହିପରି 48 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts