Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ.ସି କୁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ
ଆଜିର ଖବର

ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ.ସି କୁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ

August 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ଚିଲିକା: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମଗ୍ର ଜିଲ୍ଲାରେ ଆଜି ୨୧୮ ଜଣ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l   ଅନୁରୂପ ଭାବେ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ.ସି ରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଅଣାୟତ୍ତ ଅବସ୍ଥାରେ। ଆଜି ସକାଳ ସୁଦ୍ଧା ଉକ୍ତ ଅଞ୍ଚଳରୁ ୩୮ ଜଣ କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି।  ଏହାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ କୁ ପ୍ରତିହିତ କରିବାପାଇଁ ଆଜି ଚିଲିକା ବି.ଡ଼ି.ଓ ତଥା କୋଭିଡ କମିଟି ଚେୟାରମ୍ୟାନ ଶ୍ରୀମତୀ ସୁଷମା ବାରିକ ଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପତ୍ର ସଂଖ୍ୟା ୧୪୬୪ ରେ ଏକ ଚିଠି ଜିଲ୍ଲାପାଳ ଙ୍କ ନିକଟକୁ ପଠାଯାଇଥିଲା, ଯେଉଁଥିରେ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ.ସି କୁ ସମ୍ପୂର୍ଣ୍ଣ ସଟ ଡ଼ାଉନ ପାଇଁ ଅନୁମତି ମଗାଯାଇଥିଲା। ଏହି ସମୟରେ ତିନି ଗୋଟି ମେଡିକାଲ ଟିମ ଦ୍ୱାରା ଜୋରଦାର ଟେଷ୍ଟିଙ୍ଗ କରାଯିବା ର ଲକ୍ଷ୍ୟ ରଖାଯାଇଛି.।

ଏହାକୁ ଗମ୍ଭୀରତାର ସହ ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ବେହୁରିଆ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନ.ଏ.ସି ର ସମସ୍ତ ଅଞ୍ଚଳକୁ ତା ୧୧.୦୮.୨୦(ମଙ୍ଗଳବାର) ସନ୍ଧ୍ୟା ୭ ଘଟିକାରୁ ତା ୧୪.୦୮.୨୦(ଶୁକ୍ରବାର) ସଂଧ୍ୟା ୭ ଘଟିକା ଯାଏଁ ସମ୍ପୂର୍ଣ୍ଣ ସଟ ଡ଼ାଉନ ଘୋଷଣା କରିଛନ୍ତି। ଉକ୍ତ ସମୟରେ କୌଣସି ବ୍ୟକ୍ତି ଘରୁ ବାହାରିବେ ନାହିଁ ଏବଂ ଏହି ସଟ ଡ଼ାଉନ ଅଞ୍ଚଳରେ ସମସ୍ତ ସରକାରୀ ଏବଂ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିବ। ଉକ୍ତ ସମୟରେ ସମସ୍ତ ଅଞ୍ଚଳକୁ ସାନିଟାଇଜେସନ କରାଯିବା ସହ ସ୍ଵାବ ନମୂନା ସଂଗ୍ରହ କରାଯିବ। ଏହି ସମୟରେ ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରିଛନ୍ତି ଉପ ଜିଲ୍ଲାପାଳ। ତେବେ ବ୍ଲକ ଏବଂ ଏନ.ଏ.ସି ପ୍ରଶାସନ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଟିମ ଦ୍ୱାରା ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ମେଡ଼ିସିନ ଅଞ୍ଚଳବାସୀଙ୍କୁ ଯୋଗାଇଦିଆଯିବ।

ସଟ ଡ଼ାଉନ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସହ ବିଭିନ୍ନ କାର୍ଯ୍ୟ ତଦାରଖ ପାଇଁ ଉପ ଜିଲ୍ଲାପାଳ ନିମ୍ନଲିଖିତ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ଅପରାଜିତା ସ୍ୱାଇଁ (ଅତିରିକ୍ତ ବି.ଡ଼ି.ଓ , ଚିଲିକା ବ୍ଲକ) ଏବଂ ଆକୃତି ଗୋଏଙ୍କା (କାର୍ଯ୍ୟନିର୍ବାହୀ ଅଧିକାରୀ, ବାଲୁଗାଁ ଏନ.ଏ.ସି )ଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଦାୟିତ୍ବ ଦିଆଯାଇଥିବାବେଳେ ବାଲୁଗାଁ ଫାୟାର ଷ୍ଟେସନ ଅଫିସରଙ୍କୁ ସଟ ଡ଼ାଉନ ଅଞ୍ଚଳ ଏବଂ ବଫର୍‌ ଜୋନ୍‌କୁ ନିୟମିତ ବ୍ୟବଧାନରେ ସାନିଟାଇଜ୍‌ କରିବାକୁ ଦାୟିତ୍ବ ଦିଆଯାଇଛି। ଡ଼ାଃ ସୌମ୍ୟକାନ୍ତ ଦାସ ପଟ୍ଟନାୟକ (ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ) ଙ୍କୁ କଣ୍ଟ୍ରାକ୍ଟ ଟ୍ରେସିଂ ଏବଂ ସମ୍ପୃକ୍ତ ଅଞ୍ଚଳରେ ସର୍ଭେଲାନ୍ସ ଓ ସ୍ବାବ୍‌ ଟେଷ୍ଟିଂ ଦାୟିତ୍ବ ଦିଆଯାଇଛି ଏବଂ ଶ୍ରୀମତୀ ପ୍ରିୟଦର୍ଶିନୀ ମହାନ୍ତି ( ସି.ଡ଼ି.ପି.ଓ )ଙ୍କୁ ଘରକୁ ଘର ବୁଲି ସର୍ଭେ କରିବା ଦାୟିତ୍ବ ସହ ବାଲୁଗାଁ ମେଡିକାଲ ଅଧିକାରୀଙ୍କୁ ସହାୟତା କରିବା ପାଇଁ ଦାୟିତ୍ୱ ଦିଆଯାଇଛି।  ଉକ୍ତ ସବୁ କାର୍ଯ୍ୟକୁ ତଦାରଖ କରିବେ ଚିଲିକା ବ୍ଲକ ବି.ଡ଼ି.ଓ ଶ୍ରୀମତୀ ସୁଷମା ବାରିକ ଏବଂ ଚିଲିକା ତହସିଲଦାର ଡ଼ାଃ ପୁନମ ମହାପାତ୍ର।

ଖୋର୍ଦ୍ଧା ଉପଜିଲ୍ଲାପାଳ ଚିଲିକା ବ୍ଲକ ବାଲୁଗାଁ ଏନ.ଏ.ସି ସଟ ଡ଼ାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.