ଆଜି ରାଜ୍ୟରୁ 1341 ପଜିଟିଭ୍‌ ଚିହ୍ନଟ

Published: Aug 11, 2020, 10:46 am IST

ଭୁବନେଶ୍ବର : ରାଜ୍ୟରେ ଆଜି 1341କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 818ଜଣ ଚିହ୍ନଟ ହୋଇଥିବାବେଳେ 523ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  48 ହଜାର 796କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 15 ହଜାର 427ଜଣ । ସେହିପରି ସୁସ୍ଥ ହୋଇଛନ୍ତି 33ହଜାର 020 । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 286ଜଣ । ସେହିପରି 51 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts