Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ 60 ହଜାର 963 ଜଣ ଆକ୍ରାନ୍ତ, 834 ମୃତ୍ୟୁ
ଆଜିର ଖବର

ଗତ 24 ଘଣ୍ଟାରେ 60 ହଜାର 963 ଜଣ ଆକ୍ରାନ୍ତ, 834 ମୃତ୍ୟୁ

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଅଗଷ୍ଟ ମାସରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହେଉଛି । ତେବେ ଦେଶରେ ସୁସ୍ଥ ହାର ମଧ୍ୟ ବଢିବାରେ ଲାଗିଛି, ଯାହା ଟିକେ ଆଶ୍ବସ୍ତି ପ୍ରଦାନ କରୁଛି । ଦେଶରେ ଆରୋଗ୍ୟ ହାର 70 ପ୍ରତିଶତରେ ପହଞ୍ଚିଛି । ସେହିପରି 10ଟି ସହରରୁ ଦେଶର 80 ପ୍ରତିଶତ ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 60 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ହୋଇଥିବାବେଳେ 834ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ 60 ହଜାର 963ଜଣ ଆକ୍ରାନ୍ତ ହୋଇଥିବାବେଳେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 23 ଲକ୍ଷ 29 ହଜାର 639 ରେ ପହଞ୍ଚିଛି । ସେହିପରି ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 46 ହଜାର 91କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ଆକ୍ଟିଭ୍‌ କେସ୍‌ 6 ଲକ୍ଷ 43ହଜାର 948 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 16 ଲକ୍ଷ 39 ହଜାର 599ଜଣ । ମହାରାଷ୍ଟ୍ରରେ ସର୍ବାଧିକ 18 ହଜାର 306ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ତାମିଲନାଡୁରେ 5 ହଜାର 159, ଦିଲ୍ଲୀରେ 4 ହଜାର 139, କର୍ଣ୍ଣାଟକରେ 3 ହଜାର 398 ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

corona newdelhi
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026
Latest News

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.