ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ 9 ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ3 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ 2ଜଣ ଲେଖାଏଁ ମୃତ୍ୟୁ ହୋଇଛନ୍ତି । ସୁନ୍ଦରଗଡ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଗଞ୍ଜାମର ତିନି ମୃତକଙ୍କ ବୟସ ଯଥାକ୍ରମେ 73, 82 ଓ 36 ବର୍ଷ ବୋଲି ସୂଚନା ରହିଛି । ସେହିପରି କଟକରୁ ଆଜି ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ବୟସ ଯଥାକମେ 23 ଓ 72 ବର୍ଷ । ସେହିପରି ମୟୂରଭଞ୍ଜରୁ 60 ଓ 58ବର୍ଷୀୟ ବ୍ୟକ୍ତି ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 81ବର୍ଷ ହୋଇଥିବାବେଳେ କନ୍ଧମାଳରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 61ବର୍ଷ ବୋଲି ସୂଚନା ରହିଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 314ରେ ପହଞ୍ଚିଥିବାବେଳେ ଗଞ୍ଜାମ ଜିଲ୍ଲାରେ ଏହା 147କୁ ବୃଦ୍ଧି ହୋଇଛି । ସେହିପରି କଟକ ଜିଲ୍ଲାରେ ଏହା 13କୁ ବୃଦ୍ଧି ହୋଇଥିବାବେଳେ ସୁନ୍ଦରଗଡରେ 20 ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ମୟୂରଭଞ୍ଜରେ 3 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କନ୍ଧମାଳରେ ମୃତ୍ୟୁ ସଂଖ୍ୟା 6କୁ ବୃଦ୍ଧି ହୋଇଛି ।