ରାମ ଜନ୍ମଭୂମି ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କୁ କରୋନା

Published: Aug 13, 2020, 12:46 pm IST

ଉତ୍ତରପ୍ରଦେଶ : ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଲ ଦାସଙ୍କୁ କରୋନା । ନୃତ୍ୟ ଗୋପାଲ ଦାସଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ହେଉଥିଲା । ଏହା ପରେ ସେ ନିଜର କରୋନା ଟେଷ୍ଟ କରାଇଥିଲେ । ପଜିଟିଭ୍‌ ଆସିଥିଲା । ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଜନ୍ମାଷ୍ଟମୀ ପାଳନ ପାଇଁ ନିକଟରେ ମଥୁରା ଯାଇଥିବା ବେଳେ ସେଠାରେ ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ । ଏହାପରେ ପରୀକ୍ଷାରୁ ତାଙ୍କୁ କରୋନା ହୋଇଥିବା ଜଣାପଡିଥିଲା । ନିକଟରେ ରାମ ମନ୍ଦିର ଭୂମି ପୂଜନ କାର୍ଯ୍ୟକ୍ରମରେ ମଞ୍ଚାସୀନ ଅତିଥିଙ୍କ ମଧ୍ୟରେ ଅନ୍ୟତମ ଅତିଥ ରହିଥିଲେ ନୃତ୍ୟ ଗୋପାଳ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ଶତାଧିକ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ । (ଏଜେନ୍ସି)

Related posts