Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟଳ ବିହାରୀ ବାଜପେୟୀଙ୍କ ୨ୟ ପୂଣ୍ୟତିଥିରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ରାଜ୍ୟ ବିଜେପି
ଆଜିର ଖବର

ଅଟଳ ବିହାରୀ ବାଜପେୟୀଙ୍କ ୨ୟ ପୂଣ୍ୟତିଥିରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ରାଜ୍ୟ ବିଜେପି

August 16, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅଟଳ ବିହାରୀ ବାଜପେୟୀଙ୍କ ୨ୟ ପୂଣ୍ୟତିଥିରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ରାଜ୍ୟ ବିଜେପି

ଭୁବନେଶ୍ୱର : ମହାନ୍ ରାଷ୍ଟ୍ରପୁରୁଷ, ଦୂରଦ୍ରଷ୍ଟା, ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥିରେ ରାଜ୍ୟ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକତାଙ୍କ ସମେତ ସାରା ଓଡିଶାବାସୀ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ରାଜ୍ୟ ନେତୃବୃନ୍ଦ ସ୍ୱର୍ଗତଃ ଅଟଳଜୀଙ୍କ ଫଟୋରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ଅବସରରେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଅଟଳଜୀ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଦେବା ସହ ତାଙ୍କର ସ୍ମୃତିଚାରଣ କରିଥିଲେ। ଉପସ୍ଥିତ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।

ଓଡିଶାର ବିକାଶ କ୍ଷେତ୍ରରେ ସ୍ୱର୍ଗତଃ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ୧୯୯୯ ମହାବାତ୍ୟା ପରେ ଓଡ଼ିଶାବାସୀଙ୍କ ଦୁର୍ଦ୍ଦୀନରେ ବାଜପେୟୀଙ୍କ ସାହାଯ୍ୟ ଓ ସମର୍ଥନ ଅବିସ୍ମରଣୀୟ। ସ୍ୱର୍ଗତଃ ବାଜପେୟୀ ରାଷ୍ଟ୍ରୀୟ ରାଜମାର୍ଗ ବିକାଶ (ସ୍ୱର୍ଣ୍ଣ ଚତୁର୍ଭୁଜ) ଯୋଜନାରେ ଦେଶରେ ସବୁଠୁ ଅଧିକ ପ୍ରାଧାନ୍ୟ ଓଡ଼ିଶାକୁ ଦେଇଥିଲେ। ଓଡିଶାକୁ ଅଧିକ ଗୁରୁତ୍ୱ ଦେଇ ୧୬ ଶହ କିମି ବିଶିଷ୍ଟ ରାଜମାର୍ଗକୁ ଦୁଇ ଦୁଣ କରି ୩୨ ଶହ କିମିରେ ପହଂଚାଇଥିଲେ।

ଗ୍ରାମ ସଡକ ଯୋଜନା, ଗାଁ ଗାଁରେ ମୋବାଇଲ ସଂଯୋଗ କରାଇବା, ଅନ୍ତୋଦୟ ଏବଂ ଅନ୍ନପୂର୍ଣ୍ଣା ଯୋଜନାରେ ଗରୀବଙ୍କ ପାଖରେ ଅନ୍ନ ପହଂଚାଇବାରେ ସ୍ୱର୍ଗତଃ ବାଜପେୟୀଙ୍କ ଯୋଗଦାନ ଅତୁଳନୀୟ । ଓଡିଶା ବାସୀଙ୍କ ପ୍ରତି ଅଟଳଜୀଙ୍କ ସେହ୍ନ ଓ ଶ୍ରଦ୍ଧା ସର୍ବଦା ଚିରସ୍ମରଣୀୟ ହୋଇ ରହିବ ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ସ୍ୱର୍ଗତଃ ଅଟଳଜୀଙ୍କ ପୂଣ୍ୟତିଥିରେ ସାରା ରାଜ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଦୀନ ଦୟାଲ ପାର୍କରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ବୃକ୍ଷ ରୋପଣ କରି ଅଟଳଜୀଙ୍କୁ ମନେ ପକାଇଛନ୍ତି । ଶ୍ରଦ୍ଧାଞ୍ଜଳି ସଭାପରେ ଅଟଳଜୀଙ୍କ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ କାର୍ଯ୍ୟକ୍ରମକୁ ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ଶ୍ରୀମତୀ କାନନବାଳା ପଟ୍ଟନାୟକଙ୍କ ସଂଚାଳନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.