Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଦିନକରେ ସର୍ବାଧିକ ଆରୋଗ୍ୟ ହେଲେ 57,584 କରୋନା ଆକ୍ରାନ୍ତ
ଆଜିର ଖବର

ଦେଶରେ ଦିନକରେ ସର୍ବାଧିକ ଆରୋଗ୍ୟ ହେଲେ 57,584 କରୋନା ଆକ୍ରାନ୍ତ

August 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରତିଦିନ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି କରିବା ଲାଗି ଭାରତ ଏବେ ଦ୍ରୁତ ଗତିରେ କାର୍ଯ୍ୟ କରୁଛି। ଗତ 24 ଘଣ୍ଟା ମଧ୍ୟରେ 57,584 ଜଣ କୋଭିଡ-19 ରୋଗୀ ସୁସ୍ଥ ହୋଇ ଘରକୁ ଫେରିବା ସହିତ ଆଜି ଦେଶରେ ଗୋଟିଏ ଦିନର ସର୍ବାଧିକ ଆରୋଗ୍ୟ ସଂଖ୍ୟା  ପଞ୍ଜୀକୃତ ହୋଇଛି।

ଏହି 72% ମାଇଲଖୁଣ୍ଟକୁ ସଫଳତାର ସହ ଅତିକ୍ରମ କରିବା ଭାରତର ଆରୋଗ୍ୟ ହାରକୁ ଆହୁରି ଉନ୍ନତ କରିଛି। ଏହାକୁ ପ୍ରଭାବଶାଳୀ ଆବଧାଞ୍ଚଳ କୌଶଳ, ଦୃଢ ଏବଂ ବିସ୍ତୃତ ପରୀକ୍ଷଣ, ଜଟିଳ ରୋଗୀଙ୍କ ଉନ୍ନତ ମାନର ଚିକିତ୍ସା ପରିଚାଳନା ସହିତ ସଫଳ ତଥା ସମନ୍ୱିତ କାର୍ଯ୍ୟକାରିତାର ଫଳ ଭାବେ ବିବେଚନା କରାଯାଉଛି। କୋଭିଡ-19 ରୋଗୀଙ୍କୁ ସାମାନ୍ୟ, ମଧ୍ୟମ ଏବଂ ଜଟିଳ ଭାବେ ବିଭକ୍ତ କରିବା ପାଇଁ ଭାରତ ଏକ ଚିକିତ୍ସା ମାନକ ଅନୁସରଣ କରିଛି ଯାହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଚିକିତ୍ସା ପରିଚାଳନା ନିୟମାବଳୀରେ ସ୍ପଷ୍ଟ ଭାବରେ ସୂଚିତ କରାଯାଇଛି।

ଅଧିକରୁ ଅଧିକ ରୋଗୀ ସୁସ୍ଥ ହୋଇ ଡାକ୍ତରଖାନାରୁ ଏବଂ ଘରୋଇ ଏକାନ୍ତବାସରୁ ମୁକ୍ତ ହେବା (ସାମାନ୍ୟ ଏବଂ ମଧ୍ୟମ କ୍ଷେତ୍ରରେ) ଦ୍ଵାରା ଭାରତର ଆରୋଗ୍ୟ ସଂଖ୍ୟା ପ୍ରାୟ 2 ନିୟୁତରେ ପହଞ୍ଚିଛି (19,19,842)। ଏହାଫଳରେ ସକ୍ରିୟ ରୋଗୀଙ୍କ ତୁଳନାରେ 12,42,942 ଅଧିକ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଦେଶରେ 6,76,900 ସକ୍ରିୟ ରୋଗୀ ଥିବା ବେଳେ ଏହା ମୋଟ ସଂକ୍ରମିତ ରୋଗୀଙ୍କ ସଂଖ୍ୟାର ମାତ୍ର 25.57 ପ୍ରତିଶତ। ଶୀଘ୍ର ଚିହ୍ନଟିକରଣ ଓ ଉତ୍ତମ ଚିକିତ୍ସା ଯୋଗୁଁ  ମୃତ୍ୟୁ ହାର ଆହୁରି ହ୍ରାସ ପାଇ ଆଜି 1.92%ରେ ପହଞ୍ଚିଛି। (ପିଆଇବି)

coronavirus covid-19 patient healthministry india recovered
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ସ୍ୱର୍ଣ୍ଣ ଅଳଙ୍କାର ସେଟ୍‌

September 26, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026
Latest News

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ସ୍ୱର୍ଣ୍ଣ ଅଳଙ୍କାର ସେଟ୍‌

September 26, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.