
ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 239 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1416ଜଣ ଚିହ୍ନଟ ହୋଇଥିବାବେଳେ 823ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 64ହଜାର533କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 20 ହଜାର 339ଜଣ । ସେହିପରି ସୁସ୍ଥ ହୋଇଛନ୍ତି 43 ହଜାର 779ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 353ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।