ଖୋର୍ଦ୍ଧା ଜିଲ୍ଲାରେ ଗଣେଶ ପୂଜା ବନ୍ଦ

Published: Aug 18, 2020, 1:10 pm IST

ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଜିଲ୍ଲାପାଳ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ଜିଲ୍ଲାରେ ଚଳିତ ଥର ଗଣେଶ ପୂଜା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି । ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ସହରାଞ୍ଚଳରେ ସରପ୍ରାଇଜ୍‌ ଯାଞ୍ଚ କରାଯିବ । ସର୍ବସାଧାରଣ ସ୍ଥାନ ଓ ଅନୁଷ୍ଠାନରେ ଗଣେଶ ପୂଜା ହୋଇପାରିବନି ବୋଲି ସୂଚନା ଦେଇଛନ୍ତି । କୋଭିଡ୍‌ ଟେଷ୍ଟ ବୃଦ୍ଧି କରି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରାଯିବ । ଦରକାର ପଡିଲେ ସଟ୍‌ଡାଉନ୍‌ ପରି କଠୋର ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ।

ସୂଚନାଯୋଗ୍ୟ, କରୋନାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ମଧ୍ୟ ଗଣେଶ ଉତ୍ସବ ଅନୁଷ୍ଠିତ ହେବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଜାରି କରିଛନ୍ତି । ଗଣେଶ ପୂଜା ପାଳନ ଉପରେ କଟକଣା ଲଗାଇଲା ଜିଲ୍ଲା ପ୍ରଶାସନ । ଏନେଇ ଟ୍ୱିଟକରି ସୂଚନା ଦେଲେ ଗଂଜାମ ଜିଲ୍ଳପାଳ ବିଜୟ ଅମୃତା କୁଲାଙ୍ଗେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସଂପୂର୍ଣ୍ଣ ଭାବେ ପୂଜା ବନ୍ଦ ରଖିବାକୁ ଜିଲ୍ଳାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କୁ ଏନେଇ ସହଯୋଗ କରିବାକୁ ନିବେଦନ କରିଛନ୍ତି । ଅତି ଜରୁରୀ କାମ ନଥିଲେ ଘରୁ ନବାହାରିବା ପାଇଁ ବାରମ୍ବାର ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

Related posts