ଆସିକାରେ ମରଣାନ୍ତକ ଆକ୍ରମଣ : ଜଣେ ମୃତ, ଦୁଇ ଗୁରୁତର

Published: Aug 20, 2020, 10:38 am IST

ଗଂଜାମ : ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ପଂଚାୟତ ପାତୁଲା ଗାଁରେ ଆଜି ତିନି ଜଣ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ କୌଣସି କାରଣକୁ ନେଇ ତିନି ଜଣ ଯୁବକ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ । ଘଟଣାସ୍ଥଳରେ ଜଣଙ୍କର ଜୀବନ ଯାଇଥିବା ବେଳେ ପରିବାର ଲୋକେ ଗ୍ରାମବାସୀଙ୍କ ସହାୟତାରେ ଅନ୍ୟ ଦୁଇ ଜଣଙ୍କୁ ନେଇ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ତେବେ ସୂଚନା ପାଇ ଗାଙ୍ଗପୁର ପୁଲିସ ଘଟଣାସ୍ଥଳରେ ପହଂଚି ଜଣଙ୍କର ମୃତଦେହ ଜବତ କରିଥିବା ବେଳେ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଛାନଭିନ ଆରମ୍ଭ କରିଦେଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପୂର୍ବାନୁମାନ କରାଯାଉଛି ।

Related posts