Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରେ ଅନଲାଇନ୍ ମାଧ୍ୟମରେ ସାମ୍ବିଧାନିକ ମୌଳିକ କର୍ତ୍ତବ୍ୟ ସମ୍ପର୍କିତ ଆଇନ ସଚେତନତା ଶିବିର
ଆଜିର ଖବର

ଜଗତସିଂହପୁରରେ ଅନଲାଇନ୍ ମାଧ୍ୟମରେ ସାମ୍ବିଧାନିକ ମୌଳିକ କର୍ତ୍ତବ୍ୟ ସମ୍ପର୍କିତ ଆଇନ ସଚେତନତା ଶିବିର

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଅନଲାଇନ୍ ମାଧ୍ୟମରେ ସାମ୍ବିଧାନିକ ମୌଳିକ କର୍ତ୍ତବ୍ୟ ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ତଥା ବିଚାରପତି ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ ଶ୍ରୀ କମଳାକାନ୍ତ ରାଉତ ଏବଂ ସ୍ୱେଚ୍ଛାସେବୀ ବୃନ୍ଦ ଉପସ୍ଥିତ ରହି ଅନଲାଇନ୍ ମାଧ୍ୟମରେ ଅଂଶ ଗ୍ରହଣ କରିଥିବା ପ୍ୟାନେଲ ଲୟର ,ପାରାଲିଗାଲ ସ୍ୱେଚ୍ଛାସେବୀ ଏବଂ ଅନ୍ୟାନ୍ୟ ଜନସାଧାରଣଙ୍କୁ ଏହି କାର୍ଯ୍ୟକ୍ରମରେ ସାମ୍ବିଧାନିକ କର୍ତ୍ତବ୍ୟ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରି ସଚେତନ କରାଯାଇଥିଲା।

 

ଏଥିସହିତ ଯେପରି ମାଗଣା ଆଇନସେବା ,ମଧ୍ୟସ୍ଥତା ଓ ଆପୋଷ ମିଳାମିଶା ମାଧ୍ୟମରେ ମାମଲାର ସମାଧାନ, କିଶୋର ନ୍ୟାୟ (ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା) ବାଧ୍ୟତାମୂଳକ ଶିକ୍ଷାଗତ ଅଧିକାର ଅଧିନିୟମ , କନ୍ୟାସନ୍ତାନର ମହତ୍ତ୍ୱ, ପ୍ରାକ୍ ଗର୍ଭଧାରଣ ଓ ପ୍ରାକ ପ୍ରସୂତି ନିଦାନ କୌଶଳ (ଲିଙ୍ଗ ଚୟନ ନିଷେଧ) ଅଧିନିୟମ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ପାରିବାରିକ ଘରୋଇ ହିଂସା, ଯୌତୁକ ନିର୍ଯ୍ୟାତନା, ଲିଙ୍ଗ ଚୟନ ଏହିସବୁ କ୍ଷେତ୍ରରେ କିପରି ଜଣେ ମହିଳା ନିଜକୁ ସୁରକ୍ଷା କରିପାରିବେ ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବା ସହ ଜାତୀୟ ଆଇନସେବା ପ୍ରାଧିକରଣ ଦ୍ୱାରା ପ୍ରଦତ୍ତ ୧୦ଟି ନୂଆ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଶିବିରରେ କୋଭିଡ୍ ୧୯ ମହାମାରୀ ଉପରେ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥିଲା।

ଅନଲାଇନ୍ ଆଇନ ସଚେତନତା ଶିବିର ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.