୨୯ଟି ଜିଲ୍ଲାରୁ ୨୮୧୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

Published: Aug 22, 2020, 11:38 am IST

ଭୁବନେଶ୍ବର: ଆଜି ୨୯ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୮୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୮ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୫୩୭କୁ ବୃଦ୍ଧି ହୋଇଛି। କୋରୋନରୁ ୫୦୫୦୩ ଜଣ ସୁସ୍ଥ ହୋଇଥିବାବେଳେ ୨୪୫୮୨ ଜଣ ଚିକିତ୍ସାଧୀନ ଅଛନ୍ତି।  

ଖୋର୍ଦ୍ଧାରୁ ସର୍ବାଧିକ ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୫୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୨୧୯, ଗଞ୍ଜାମରୁ ୧୯୨, ରାୟଗଡରୁ ୧୪୭, ସମ୍ବଲପୁରରୁ ୧୪୫, ବରଗଡରୁ ୧୩୬, ଯାଜପୁରରୁ ୧୨୦, ପୁରୀରୁ ୧୦୯, ବାଲେଶ୍ବରରୁ ୧୦୫, ଢେଙ୍କାନାଳରୁ ୧୦୦, ମାଲକାନଗିରିରୁ ୮୩, କୋରାପୁଟରୁ ୮୧, ଭଦ୍ରକରୁ ୭୭, ନୟାଗଡରୁ ୬୪, ଝାରସୁଗୁଡାରୁ ୬୩, କେନ୍ଦ୍ରାପଡା ଓ ଗଜପତିରୁ ୬୨ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ୫୭, ବଲାଙ୍ଗୀରିରୁ ୫୬, କଳାହାଣ୍ଡିରୁ ୫୫, ଜଗତସିଂହପୁରରୁ ୪୮, କନ୍ଧମାଳରୁ ୪୪, ଅନୁଗୁଳରୁ ୨୩, ସୋନପୁରରୁ ୧୪ , କେଉଁଝରରୁ ୭, ବୌଦ୍ଧରୁ ୬, ଏବଂ ନୂଆପଡା ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts