
ଆସନ୍ତା ଏପ୍ରିଲ୍ ୧୮ ତାରିଖରେ ରାଜ୍ୟରେ ହେବାକୁ ଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ (ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା) ଓ ଏହା ଅଧୀନ ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ଦ୍ୱିତୀୟ ପର୍ଯ୍ୟାୟର ଏହି ୫ଟି ଲୋକସଭା ଆସନ ପାଇଁ ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିସାରିଛି।