
ପୁରୀ, ଆଜି ମହାନ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟିଲଙ୍କ ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକ। ଠିକ ବର୍ଷକ ପୂର୍ବେ ଆଜିର ଦିନରେ ଜେଟଲି ଏଏମସରେ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଗମନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ଦେଶର ବିଭିନ୍ନ ନେତା ତାଙ୍କୁ ସ୍ମରଣ କରିଛନ୍ତି। ସେହିପରି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଅରୁଣ ଜେଟିଲଙ୍କୁ ମନେ ପକାଇଛନ୍ତି। ସେ କରିଥିବା ବାଲୁକା କଳାକୁ ଆଜି ତାଙ୍କ ଟୁଇଟରରେ ଛାଡି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଛନ୍ତି।