
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ୧୮୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି ହୋଇଛି। କୋରୋନରୁ ୫୪,୪୦୫ ଜଣ ସୁସ୍ଥ ହୋଇଥିବାବେଳେ ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି।