Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନସାଧାରଣଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, ଲୋକେ ସତର୍କ ରହିଲେ ହିଁ ନିଜ ଗ୍ରାମ ସଂକ୍ରମଣ ମୁକ୍ତ ରହିବ: ଜିଲ୍ଲାପାଳ
ଆଜିର ଖବର

ଜନସାଧାରଣଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, ଲୋକେ ସତର୍କ ରହିଲେ ହିଁ ନିଜ ଗ୍ରାମ ସଂକ୍ରମଣ ମୁକ୍ତ ରହିବ: ଜିଲ୍ଲାପାଳ

August 24, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜିଠାରୁ ଗଂଜାମ ଜିଲ୍ଲାରେ ଜୀବନଜୀବିକା ପାଇଁ କଟକଣାକୁ କୋହଳ କରାଯାଇଛି। ଦୋକାନ ଖୋଲିବା ସମୟ ସୀମା ସକାଳ ୫ ଘଣ୍ଟରୁ ରାତ୍ର ୮ ଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ବର୍ତ୍ତମାନ ମଧ୍ୟ ଗଂଜାମ ଜିଲ୍ଲାରେ କରୋନା ସଂକ୍ରମଣ ରହିଛି। ତେଣୁ ସତର୍କତା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା, ମାସ୍କ ପରିଧାନ, ସାନିଟାଇଜେସନ୍ ଅବଲମ୍ବନ କରି ଜୀବନ ଜୀବିକା ଚଳାଇବାକୁ ହେବ ବୋଲି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଆଜି ସକାଳେ ଛତ୍ରପୁରଠାରେ ଭିଡ଼ିଓ କନ୍‌ଫେରେନସିଂ ଜରିଆରେ ଜିଲ୍ଲାର ସମସ୍ତ ବିଡ଼ିଓ, ତହସିଲ୍‌ଦାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଶିଶୁ ବିକାଶ ଯୋଜନା ଅଧିକାରୀ, ବ୍ଲକ୍ ଶିକ୍ଷାଧିକାରୀ, ସ୍ୱାସ୍ଥ୍ୟଧିକାରୀଙ୍କ ସହିତ କୋଭିଡ଼୍ ପରିଚାଳନାଗତ ଆଲୋଚନା କରିଥିଲେ। ଗଂଜାମ ଜିଲ୍ଲାରେ ଆକ୍ଟିଭ୍ କେସ ଶୂନ କରିବା, ଦୋକାନ ଖୋଲିବା ସମୟ ବୃଦ୍ଧି, ସାମାଜିକ ଦୂରତା, ସୁସ୍ଥ ହୋଇ ଫେରିଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ପ୍ଲାଜମା ଦାନ, ଆଡ଼ମିଶନ, ଡ଼ିସ୍‌ଚାର୍ଜ ଓ ମୃତ୍ୟୁଜନୀତ ସମସ୍ତ ବିଷୟ ନେଇ ଆଲୋଚନା ହୋଇଥିଲା। ଜିଲ୍ଲାରେ ପ୍ରବେଶ ଓ ପ୍ରସ୍ଥାନ ଦିଗରେ କୋହଳ କରାଯାଇଛି। ଏଣୁ ବାହାରୁ ଆସୁଥିବା ବ୍ୟକ୍ତି ଓ ପ୍ରବାସୀଙ୍କ ଦ୍ୱାରା ହିଁ ସଂକ୍ରମଣର ସମ୍ଭାବନା ଯଥେଷ୍ଟ ରହିଛି। ଏହାକୁ ଦୃଷ୍ଟିରେ ରଖି ପଞ୍ଚସୂତ୍ରୀ ପାଳନ ସହିତ ପୂର୍ବ ଯୋଜନାଗୁଡ଼ିକ ଆହୁରି କଡ଼ାକଡ଼ି କରିବା ଦିଗରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ।

ଗ୍ରାମସ୍ତରରେ ଗଠିତ ହୋଇଥିବା ଗ୍ରାମ୍ୟ କମିଟିର ଭୂମିକା ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ। ଗାଁ ଲୋକଙ୍କ ଦ୍ୱାରା ହିଁ ଯିବା ଆସିବା ଲୋକଙ୍କ ଉପରେ ନଜର ରଖିହେବ। ଗାଁ କମିଟି ଯେତେ ସତର୍କତା ଅବଲମ୍ବନ କରି କାର୍ଯ୍ୟ ସଂପାଦନ କରିବେ ତାଙ୍କ ଗ୍ରାମ ସେତେ କରୋନା ସଂକ୍ରମଣରୁ ମୁକ୍ତ ରହିବ। ଏଣୁ ଗ୍ରାମାଞ୍ଚଳ ସ୍ତରରୁ ପରିଚାଳନାକୁ ସଠିକ୍ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ଜଣାଇଥିଲେ। ଗ୍ରାମାଞ୍ଚଳସ୍ତରୀୟ କମିଟି ଯେପରି ଠିକ୍ ରୂପେ କାର୍ଯ୍ୟ ସଂପାଦନା କରିବ ସେଥିପ୍ରତି ଦୃଷ୍ଟି ଦିଅନ୍ତୁ।

ସଂପ୍ରତି ଯେଉଁ କୋହଳ କରାଯାଇଛି ତାହା କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ଅଂଚଳ ପାଇଁ ଲାଗୁ ହେବ ନାହିଁ। କଣ୍ଟେନମେଣ୍ଟ ଜୋନ୍ ଘୋଷିତ ଅଂଚଳରେ ଆର୍‌ଆର୍‌ଟି ଟେଷ୍ଟ ଓ କରୋନା ସଂକ୍ରମିତ ଲକ୍ଷଣ ଯାଞ୍ଚ ଚାଲି ରହିବ। ହୋମ ଆଇସୋଲେସନ୍‌ରେ ରହିଥିବା ବ୍ୟକ୍ତିଙ୍କୁ ତଥ୍ୟ ସଂଗ୍ରହ ପ୍ରକ୍ରିୟା ଚାଲୁ ରହିବ। ଆକ୍ଟଭ୍ କେସ ଥିବା ଅଂଚଳରେ ଜିରୋ କରିବା ପ୍ରକ୍ରିୟା ଚାଲୁ ରହିବ। ଯେଉଁ ଗ୍ରାମରେ ପଜିଟିଭ୍ ସଂଖ୍ୟା ଶୂନ ରହିଛି ସେହି ଗ୍ରାମଗୁଡ଼ିକ ଗ୍ରୀନ୍ ଜୋନ୍ ଘୋଷଣା ହେବ। ହୋମ୍ ଆଇସୋଲେସନ୍‌ରେ ରହିଥିବା ବ୍ୟକ୍ତିଙ୍କର ଯଦି ମଧୁମେହ ଥାଏ ତେବେ ସେମାନଙ୍କୁ ହୋମ୍ ଆଇସୋଲେସନ୍‌ରେ ନରଖି କୋଭିଡ଼୍ ଚିକିତ୍ସାଳୟକୁ ସ୍ଥାନାନ୍ତର କରି ଚିକିତ୍ସା କରାଯାଉ। ଧର୍ମାନୁଷ୍ଠାନ ଖୋଲିବା ନିମନ୍ତେ ବାରଣ କରାଯାଇଛି। ପଞ୍ଚସୂତ୍ରୀ ନିୟମ ଆହୁରି କଡ଼ାକଡ଼ି ପାଳନ ହେବ।

ଆସନ୍ତା ସେପ୍ଟେମ୍ବର ମାସରେ ସମସ୍ତ କାର୍ଯ୍ୟାଳୟ ଜନସାଧାରଣଙ୍କ ନିମନ୍ତେ ଖୋଲାଯିବାର ଯୋଜନା ରହିଛି। ବିଡ଼ିଓମାନେ ପୂର୍ବାହ୍ନରେ କୋଭିଡ଼୍ ପରିଚାଳନା କାର୍ଯ୍ୟ ଏବଂ ଅପରାହ୍ନରେ ନରେଗା ଓ ବୃକ୍ଷରୋପଣ କାର୍ଯ୍ୟ ସଂପାଦନ କରିବେ। ତହସିଲ୍‌ଦାରମାନେ ପୂର୍ବାହ୍ନରେ କୋଭିଡ଼୍ କାର୍ଯ୍ୟ ଓ ଅପରାହ୍ନରେ ରାଜସ୍ୱ କାର୍ଯ୍ୟରେ ନିୟୋଜିତ ହେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଭିଡ଼ିଓ କନ୍‌ଫେରେନସିଂରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ପାରୁଲ ପଟୱାରୀ, ଉପଜିଲ୍ଲାପାଳ ବ୍ରହ୍ମପୁର ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଡ଼ୁଡ଼ା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲ୍ଲାପାଳ ଅମୀୟ କୁମାର ସାହୁ, ଜିଲ୍ଲା ସ୍ୱାସ୍ଥ୍ୟଧିକାରୀ ଡ. ଆର୍ ଜଗଦୀଶ ପଟ୍ଟନାୟକ, ଡ଼େପୁଟି କଲେକ୍ଟର ତଥା ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଦିବ୍ୟଲୋଚନ ମହନ୍ତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

କରୋନା ସଂକ୍ରମଣ ଗଂଜାମ ଜିଲ୍ଲା ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.