ବଙ୍ଗୋପସାଗରରେ ଲଘୁଚାପ, ଚାରିଦିନ ଧରି ଓଡିଶାରେ ବର୍ଷା ସମ୍ଭାବନା, ସତର୍କ କଲେ ଏସଆରସି

Published: Aug 25, 2020, 9:51 am IST

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହିତ ବଜ୍ରପାତର ସମ୍ଭାବନା ରହିଥିବାରୁ ଏସଆରସି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି।

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ତିନୋଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା। ସେହିପରି 6ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡିକ ହେଲା ଜଗତସିଂହପୁର, କଟକ, ଢ଼େଙ୍କାନାଳ, ପୁରୀ, ସୁନ୍ଦରଗଡ ଓ ଦେବଗଡ଼।

Related posts