ଖୋର୍ଦ୍ଧା ବ୍ଲକରେ ବନ୍ୟା ପରିସ୍ଥିତି ଜଟିଳ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ

Published: Aug 28, 2020, 9:45 pm IST

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ବ୍ଲକରେ ବନ୍ୟାଞ୍ଚଳ ପରିଦର୍ଶନକରିଛନ୍ତି। ଲଘୁଚାପ ବର୍ଷା ଯୋଗୁଁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ମହାନଦୀ ବନ୍ୟାପାଣି ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତର ୧୦ଖଣ୍ଡ ଗାଁରେ ବନ୍ୟା ଜଳ ପ୍ରବାହିତ ହେଵାରୁ ଶହ ଶହ ହେକ୍ଟର ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଓରବରସିଂହ ଗ୍ରାମପଞ୍ଚାୟତର ଡିହଖଳା, ଓରବରସିଂହ, ଦୁର୍ଗାପୁର, ହିରିମୂଳ ସଂପୂର୍ଣ୍ଣ ବାହ୍ୟଜଗତରୁ ବିଛିନ୍ନ। ବନ୍ୟାଘେରରେ ଥିବା ଗାଁକୁ ବୁଲି ଲୋକମାନଙ୍କ ସହିତ ଆଲୋଚନା କଲେ ଖୋର୍ଦ୍ଧା ଜିଲ୍ଲାପାଳ।

ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଖୋର୍ଦ୍ଧା ବ୍ଲକର ଓରବରସିଂହ, ଡିହଖଳା, କୃଷ୍ଣପୁର, ଲେଖନପୁର ଓ ନରଣଗଡ ଗ୍ରାମପଞ୍ଚାୟତ ବିଭିନ୍ନ ଗ୍ରାମରେ ବନ୍ୟା ପାଣି ପ୍ରବେଶ କରିଛି।ବନ୍ୟା ପାଣି ମାଡିଆସିବାରୁ ଓରବରସିଂହ ଗ୍ରାମପଞ୍ଚାୟତର ୫ଖଣ୍ଡ ଗ୍ରାମ ସଂପୂର୍ଣ୍ଣ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି। ଉକ୍ତ ରାସ୍ତାରେ ଏବଂ ଗାଁ ଦାଣ୍ଡରେ ତିନି ଚାରି ଫୁଟ ପାଣି ଚାଲିଛି। ବନ୍ୟା ପାଣି ପଶି ଧାନଫସଲ ନଷ୍ଟ କରିଦେଇଛି ଫସଲ କ୍ଷୟ କ୍ଷତି ଆକଳନ କରିବାପାଇଁ ପ୍ରଶାସନ ପକ୍ଷରୁ କେହି ଚାଷୀଙ୍କ ପାଖରେ ପହଞ୍ଚି ନାହାନ୍ତି ଫଳରେ ଚାଷୀଙ୍କ ମନରେ ଅସନ୍ତୋଷ ବଢ଼ିବାରେ ଲାଗିଛି ଏବଂ ଆଠଦଶଦିନ ହେବ ଲୋକମାନେ ଏବଂ ଗାଈ ଗୋରୁମାନେ ଭୋକ ଉପାସରେ ପଡିଥିବାରୁ ଏ ପର୍ଯ୍ୟନ୍ତ ରିଲିଫ ପହଞ୍ଚି ନଥିବାରୁ ଲୋକଙ୍କ ମନରେ ମଧ୍ୟ ଅସନ୍ତୋଷ ଦେଖାଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଓରବରସିଂହ ଗ୍ରାମପଞ୍ଚାୟତ ହିରିମୂଳ ଗ୍ରାମକୁ ରିଲିଫ ଡଙ୍ଗାରେ ଯାଇ ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ଲୋକମାନଙ୍କୁ ବାତ୍ୟା ଆଶ୍ରୟ ସ୍ଥଳିକୁ ସ୍ଥାନ୍ତାନ୍ତରିତ କରିବା ପାଇଁ ପରାମର୍ଶ ଦେଇ ସେଠାରେ ରନ୍ଧା ଖାଦ୍ୟ ବ୍ୟବସ୍ଥା କରିବାକୁ କହିଛନ୍ତି ଏବଂ ପାଣି ଛାଡିଗଲା ପରେ ସେମାନେ ନିଜ ଘରକୁ ଫେରି ଆସିବେ ବୋଲି କହିଛନ୍ତି ଜିଲ୍ଲାପାଳ।

Related posts