
ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ଏହି ସୂଚନା ଦେଇଛନ୍ତି। ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ଆସନ୍ତା ସେପ୍ଟେମ୍ବର 15 ଯାଏ ମନୋରମା ଉପଜିଲ୍ଲାପାଳ ଦାୟିତ୍ବ ତୁଲାଇବେ । ଆଜି ଭଦ୍ରକରୁ 76 ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ତେବେ ଭଦ୍ରକରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 2ହଜାର 545 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 1ହଜାର 775 । ସେହିପରି ଜିଲ୍ଲାରେ 8ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜିଲ୍ଲାରେ ଏବେ ସୁଦ୍ଧା ସକ୍ରିୟ ଆକ୍ରାନ୍ତ ରହିଛନ୍ତି 758ଜଣ ।
Tags: ଉପଜିଲ୍ଲାପାଳ, କରୋନା