Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଘର୍ଷମୁକ୍ତ ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ହେବ ସେଥିନିମନ୍ତେ ଜିଲ୍ଲାପାଳଙ୍କ ଗୁରୁତ୍ବ
ଆଜିର ଖବର

ସଂଘର୍ଷମୁକ୍ତ ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ହେବ ସେଥିନିମନ୍ତେ ଜିଲ୍ଲାପାଳଙ୍କ ଗୁରୁତ୍ବ

August 29, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ଛତ୍ରପୁର :  ଆସନ୍ତା ବର୍ଷ ଜାନୁୟାରୀ ମାସ ଶେଷଠାରୁ ମାର୍ଚ୍ଚ ୩୧ ମଧ୍ୟରେ ଚାଷୀ ମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ । ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ ସେ ଦିଗରେ ସମସ୍ତ ଚୂଡାନ୍ତ ପ୍ରକ୍ରିୟା କରିବାକୁ ଗଞ୍ଜାମ ଜିଲ୍ଲାପାଳ ଗୁରୁତ୍ବ ଆରୋପ କରିଛନ୍ତି । ଧାନ ସଂଗ୍ରହ ପ୍ରକ୍ରିୟାରେ ଯେପରି କୌଣସି ତୃଟି ରହିବନି ଏବଂ କୌଣସି ସମସ୍ୟା ଦେଖାଯିବ ନାହିଁ ସେ ଦିଗରେ ସଜାଗ ହେବାକୁ ସମସ୍ତ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଆଜି ଅନୁଷ୍ଠିତ ଭିଡିଓ କନଫରେନ୍ସିଂ ବୈଠକରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜଣାଇଛନ୍ତି ।

ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଖରିଫ୍ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କର ପଞ୍ଜିକରଣ କାର‌୍ୟ୍ୟକୁ ତ୍ବରାନ୍ବୀତ କରିବାକୁ କହିଥିଲେ । ବିଗତ ବର୍ଷ ଖରିଫ୍ ଧାନ ନିମନ୍ତେ ଜିଲ୍ଲାର ୧ଲକ୍ଷ ୩୪ ହଜାର ୪୬୨ ଜଣ ଚାଷୀ ପଞ୍ଜିକରଣ କରିଥିଲେ । ଚଳିତ ବର୍ଷର ଖରିଫ୍ ଧାନ ନିମନ୍ତେ ଏ ଯାବତ୍ ୧ଲକ୍ଷ ୦୩ ହଜାର ୯୦୯ଜଣ ଚାଷୀ ପଞ୍ଜିକରଣ କରିଛନ୍ତି । ଯାହାକି ଶତକଡା ୭୭ ପ୍ରତିଶତ । ଯେଉଁ ବ୍ଲକ୍ ରେ ପଞ୍ଜିକରଣ ସଂଖ୍ୟା କମିଯାଇଛି ୩ ଦିନ ମଧ୍ୟରେ ଶେଷ କରିବାକୁ କୁହାଯାଇଛି । ବଳକା ଥିବା ଚାଷୀ ମାନଙ୍କର ପଞ୍ଜିକରଣ ମିଶନ୍ ମୋଡ୍ ରେ କରନ୍ତୁ, କୌଣସି ଚାଷୀ ଯେମିତି ପଞ୍ଜିକରଣରୁ ବାଦ୍ ପଡିବେ ନାହିଁ ସେଥିପ୍ରତି ଦୃଷ୍ଟି ଦେବାକୁ ଜଣାଇଥିଲେ । କରୋନା ପରିସ୍ଥିତିରେ କୃଷିକାର‌୍ୟ୍ୟକୁ ବାଦ୍ ଦେଇ ସବୁ କାର‌୍ୟ୍ୟ ସ୍ଥଗିତ ରଖାଯାଇଥିଲା । ତେଣୁ ଏଥିପ୍ରତି ଗୁରୁତ୍ବ ଦିଅନ୍ତୁ । ଧାନ ସଂଗ୍ରହ ପ୍ରକ୍ରିୟା ବେଳେ ସାମାଜିକ ଦୂରତ୍ବ ଯେପରି ବଜାୟ ରହିବ ସେ ଦିଗରେ ସଜାଗ ରହିବାକୁ କହିଥିଲେ । ସୋସିଆଲ୍ ମିଡିଆ ମାଧ୍ୟମରେ ବହୁଳ ପ୍ରଚାର ପ୍ରସାରକୁ ଗୁରୁତ୍ବ ଦେବାପାଇଁ ଜିଲ୍ଲାପାଳ ଜଣାଇଥିଲେ ।

ଭିଡିଓ କନଫରେନ୍ସିଂରେ ଅତିରିକ୍ତ ଜିଲ୍ଲାପାଳ ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ ଉମା ଶଙ୍କର ପତି, ଅତିରିକ୍ତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି, ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ସମବାୟ ଉପନିବନ୍ଧକ ବ୍ରହ୍ମପୁର ଡିଭିଜନ୍ ବିଶ୍ବରଞ୍ଜନ ଦାଶ, ଏ. ଆର୍.ସି.ଏସ୍. ସୁକାନ୍ତ କୁମାର ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Latest News

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.