Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ଦ୍ଵାରା  ଅନଲକ ୪.୦ ର ଗାଇଡଲାଇନ ଜାରି: ହଟିବ ରାତ୍ରୀକାଳୀନ କର୍ଫ୍ୟୁ
ଆଜିର ଖବର

ରାଜ୍ୟ ସରକାରଙ୍କ ଦ୍ଵାରା  ଅନଲକ ୪.୦ ର ଗାଇଡଲାଇନ ଜାରି: ହଟିବ ରାତ୍ରୀକାଳୀନ କର୍ଫ୍ୟୁ

August 31, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ତରଫରୁ ସେପ୍ଟେମ୍ବର ମାସ ପାଇଁ ଅନଲକ ୪.୦ ର  ଗାଇଡଲାଇନ ଜାରି କରାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁଯାୟୀ ସପ୍ତାହନ୍ତ ସଟଡାଉନକୁ ହଟାଯାଇଥିବା ବେଳେ ରାତ୍ରୀକାଳୀନ କର୍ଫ୍ୟୁ କଟକଣାକୁ ମଧ୍ୟ କୋହଳ କରାଯାଇଛି। ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ କେବଳ କଣ୍ଟେନମେଣ୍ଟ ଜୋନରେ ଲକଡାଉନ ଲାଗୁ ରହିବ। ତେବେ କଣ୍ଟେନମେଣ୍ଟ ଜୋନ ନିର୍ଦ୍ଧାରଣ କରିବା ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ଆଦେଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନକୁ ବାଦ ଦେଲେ ଅନ୍ୟ ସବୁ ଅଞ୍ଚଳରେ ଲକଡାଉନ କଟକଣା ରହିବ ନାହିଁ।

ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଧାର୍ମିକ ସ୍ଥଳ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ। ଅନ୍ତର୍ଜାତୀୟ ବିମାନ ଚଳାଚଳ ପୂର୍ବପରି ବନ୍ଦ ରହିବ। ସେହିପରି ସିନେମା ହଲ, ସୁଇମିଙ୍ଗ ପୁଲ, ଥିଏଟର, ଅଡିଟୋରିୟମ ବନ୍ଦ ରହିବା ପାଇଁ ଗାଇଡଲାଇନ ଜାରି ହୋଇଥିବା ବେଳେ ସେପ୍ଟେମ୍ବର ୨୧ ତାରିଖ ଠାରୁ ଓପନ ଏୟାର ଥିଏଟର ଖୋଲିବାକୁ ଅନୁମତି ମିଳିଛି। ସାମାଜିକ, ରାଜନୈତିକ, କ୍ରୀଡା, ମନୋରଞ୍ଜନ କାର୍ଯ୍ୟକ୍ରମ ବନ୍ଦ ରହିବ। ଧାର୍ମିକ କାର୍ଯ୍ୟକ୍ରମ ଏବଂ ଅନ୍ୟ କୌଣସି ବଡ ଜନ ସମାବେଶ ବନ୍ଦ ରହିବ।

ବାହାଘର କାର୍ଯ୍ୟକ୍ରମରେ ୫୦ ଜଣଙ୍କୁ ଅନୁମତି ମିଳିଥିବା ବେଳେ  ଶୁଦ୍ଧିକ୍ରିୟାରେ ଯୋଗ ଦେବା ପାଇଁ ୨୦ଜଣଙ୍କୁ ଅନୁମତି ମିଳିଛି। ରାଜ୍ୟ ଭିତରେ କିମ୍ବା ରାଜ୍ୟ ବାହାରକୁ ଯିବା ଆସିବା ପାଇଁ କୌଣସି ପ୍ରତିବନ୍ଧକ ନାହିଁ। ସେହିପରି ଘରୋଇ ଯାନବାହାନ ଏବଂ ମାଲ ପରିବହନ ପାଇଁ କୌଣସି ପ୍ରତିବନ୍ଧକ ଲାଗିବ ନାହିଁ। ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟ ଭିତରେ ଓ ରାଜ୍ୟ ବାହାରକୁ ବସ ଚଳାଚଳକୁ ଅନୁମତି ଦିଆଯାଇଛି।

ବୟଷ୍କ, ରୋଗୀ, ପ୍ରସୂତି, ୧୦ ବର୍ଷର କମ ପିଲାଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ କାର୍ଯ୍ୟକ୍ରମ ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଥିବା ବେଳେ କେବଳ ଶିକ୍ଷାନୁଷ୍ଠାନରେ ପରୀକ୍ଷା ଏବଂ ଖାତା ମୂଲ୍ୟାୟନ କାର୍ଯ୍ୟ ଜାରି ରହିବ। ଅନଲାଇନ ପାଠପଢା ଚାଲୁ ରହିବ। ବିଦ୍ୟାଳୟକୁ ୫୦ ପ୍ରତିଶତ ଶିକ୍ଷକ, କର୍ମଚାରୀ ଆସିବାକୁ ଅନୁମତି ପ୍ରଦାନ କରାଯାଇଛି। ସେପ୍ଟେମ୍ବର ୨୧ ତାରିଖ ପରେ ଆଇଟିଆଇ, ଟ୍ରେନିଂ ଇନଷ୍ଟିଚ୍ୟୁଟ ଖୋଲାଯାଇପାରିବ। ସେଥିପାଇଁ ଜାରି ହେବ ଏସ ଓ ପି।

ଅନଲକ 4.0 ଓଡିଶା ସରକାର କଣ୍ଟେନମେଣ୍ଟ ଜୋନ ରାତ୍ରୀକାଳୀନ କର୍ଫ୍ୟୁ ସପ୍ତାହନ୍ତ ସଟଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

VVIPଙ୍କ ଗସ୍ତ ସୂଚନା ଲିକ କଲେ କାର୍ଯ୍ୟାନୁଷ୍ଠାନ

May 28, 2026

ଓଡିଶାରେ ଚାଲିବ ଇଭି ବୋଟ

May 28, 2026

ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଫସିଛି ମହାଯୁତି !

May 28, 2026

ରେଢ଼ାଖୋଲ ପୋଲିସ ଦ୍ୱାରା ଗଞ୍ଜେଇ ଜବତ: ବାଇକ୍ ସହ ଚୋରା ଚାଲାଣକାରୀ ଗିରଫ

May 28, 2026
Latest News

ଗୁଜୁରାଟରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

May 28, 2026

VVIPଙ୍କ ଗସ୍ତ ସୂଚନା ଲିକ କଲେ କାର୍ଯ୍ୟାନୁଷ୍ଠାନ

May 28, 2026

ଓଡିଶାରେ ଚାଲିବ ଇଭି ବୋଟ

May 28, 2026

ଅବସରପ୍ରାପ୍ତ ବିଚାରପତି ଗିରିବାଳା ସିଂହଙ୍କୁ ଗିରଫ କଲା ସିବିଆଇ

May 28, 2026

ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଫସିଛି ମହାଯୁତି !

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.