ଦେଶରେ ଦୈନିକ ନମୁନା ପରୀକ୍ଷଣରେ ଅଭୂତପୂର୍ବ ବୃଦ୍ଧି, ଗତ ୨୪ ଘଣ୍ଟାରେ ୧୧.୭୦ ଲକ୍ଷରୁ ଅଧିକ ପରୀକ୍ଷା

Published: Sep 3, 2020, 10:22 pm IST

ନୂଆଦିଲ୍ଲୀ, ଦିନକୁ ଅନୁନ୍ୟ ୧୦ ଲକ୍ଷ ନମୁନା ପରୀକ୍ଷଣର ଲକ୍ଷ୍ୟ ନେଇ ଗତ ୨ ଦିନ ମଧ୍ୟରେ ଏହି ସଂଖ୍ୟାରେ ଆଶାତୀତ ଉନ୍ନତି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧.୭୦ ଲକ୍ଷ (୧୧,୭୨,୧୭୯) ନମୁନା ପରୀକ୍ଷଣ ହୋଇଛି ଯାହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୪.୫ କୋଟି (୪,୫୫,୦୯,୩୮୦) ନମୁନା ପରୀକ୍ଷା ହୋଇସାରିଛି।

ଜାନୁଆରୀ ୩୦, ୨୦୨୦ ବେଳକୁ ଦେଶରେ ଦିନକୁ ମାତ୍ର ୧୦ଟି ନମୁନା ପରୀକ୍ଷା ହେଉଥିବା ବେଳେ ଆଜି ଏହା ୧୧ ଲକ୍ଷକୁ ଅତିକ୍ରମ କରିଛି। ବର୍ତ୍ତମାନ ଦେଶରେ ଦୈନିକ ପରୀକ୍ଷା ଅନ୍ୟାନ୍ୟ ଦେଶ ତୁଳନାରେ ସବୁଠାରୁ ଆଗରେ ରହିଛି । ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବ୍ୟାପକ ପରୀକ୍ଷା ଯୋଗୁଁ ସଅଳ ରୋଗ ନିରୂପଣ, ହସ୍ପିଟାଲ ଓ ଘରୋଇ ଏକାନ୍ତବାସରେ ଚିକିତ୍ସା କରାଯାଇପାରୁଥିବାରୁ ମୃତ୍ୟୁ ହାର ହ୍ରାସ ପାଇଛି।

କେବଳ ସେତିକି ନୁହେଁ, ଅଧିକ ନମୁନା ପରୀକ୍ଷା ଯୋଗୁଁ ପଜିଟିଭ ହାର ମଧ୍ୟ ହ୍ରାସ ପାଇବାରେ ଲାଗିଛି। ଦ୍ରୁତ ପରୀକ୍ଷାଗାର ପ୍ରତିଷ୍ଠା ଯୋଗୁଁ ଏପରି ବ୍ୟାପକ ପରୀକ୍ଷା ସମ୍ଭବ ହୋଇଛି। ୧୦୨୨ଟି ସରକାରୀ ଓ ୬୦୧ ଘରୋଇ ଏହିପରି ମୋଟ ୧୬୨୩ଟି ପରୀକ୍ଷାଗାରରେ ଦେଶବ୍ୟାପୀ ନମୁନା ପରୀକ୍ଷା କରାଯାଇ ପାରୁଛି।

Related posts