Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକରେ ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ଆଜିର ଖବର

ନାଚୁଣୀ ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକରେ ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ଚିଲିକା: ଆଜି ସକାଳେ ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ବାଇପାସ ନିକଟସ୍ଥ ହରିକୁଣ୍ଡ ବରଡି ଢ଼ାବା ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଅଛି। ଯେଉଁଥିରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳ ପାଖାପାଖି ୬ ଘଟିକା ସମୟରେ ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଏକ ବନ୍ଧାକୋବି ବୋଝେଇ ପରିବା ଟ୍ରକ(ଏ.ପି ୧୬ ଟି.ଏଚ.୧୩୯୮) ନାଚୁଣୀ ବାଇପାସ ନିକଟସ୍ଥ ହରିକୁଣ୍ଡ ବରଡି ଢ଼ାବା ସମ୍ମୁଖରେ ଗତି ଧୀର କରି ରହିବା ପାଇଁ ତତ୍ପର ହେଉଥୁବା ବେଳେ ସେହି ସମୟରେ ଅନୁରୂପ ଭାବେ ବିଶାଖାପାଟଣାରୁ ଝାରଖଣ୍ଡ ଯାଉଥିବା ଏକ କୋଇଲା ବୋଝେଇ କଣ୍ଟେନର(ବି.ଆର.୨୪ ଜି.ବି.୪୦୫୩) ଦ୍ରୁତ ଗତିରେ ଆସି ବନ୍ଧା କୋବି ବୋଝେଇ ଟ୍ରକକୁ ପଛପଟୁ ଧକା ଦେଇଥିଲା।

ଫଳରେ ଘଟଣାସ୍ଥଳରେ କୋଇଲା ବୋଝେଇ କଣ୍ଟେନରର କ୍ୟାବିନରେ ନିଆଁ ଲାଗିଯାଇଥିଲା ଏବଂ ଗାଡି ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ସୂଚନା ପାଇ ତୁରନ୍ତ ଘଟଣାସ୍ଥଳରେ ବାଲୁଗାଁ ଏବଂ ଗଙ୍ଗାଧରପୁର ଅଗ୍ନିଶମ ବିଭାଗ ପହଁଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ମୃତ ଡ୍ରାଇଭରଙ୍କୁ କ୍ୟାବିନ କାଟି ବାହାର କରାଯାଇଛି ଏବଂ ଶବ ବ୍ୟବେଚ୍ଛେଦ ପାଇଁ ପଠାଇଦିଆଯାଇଛି। କଣ୍ଟେନରର ହେଲ୍ପର ଆହତ ହୋଇଥିବାସ୍ଥଳେ ତାଙ୍କୁ ମେଡିକାଲ କୁ ପଠାଯାଇଛି ଏବଂ ବନ୍ଧା କୋବି ଟ୍ରକର କିଛି ଅଂଶ ନଷ୍ଟ ହୋଇଯାଇଛି।

ମୃତ ଡ୍ରାଇଭର ଜଣକ ମହାରାଷ୍ଟ୍ର ଔରାଙ୍ଗାବାଦର ମେହେନ୍ଦୀନଗରର ଏବଂ ତାଙ୍କ ନାମ ଉପେନ୍ଦ୍ର ରାଓ ବୋଲି ଜଣାପଡିଛି। ଦୁର୍ଘଟଣାସ୍ଥଳରେ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୁରେଶ କୁମାର ଦାସଙ୍କ ସହ ବାଲୁଗାଁ ଆଇ ଆଇ ସି ରମାକାନ୍ତ ମାହାଲିକ, ବାଣପୁର ଆଇ ଆଇ ସି ସଞ୍ଜୟ କୁମାର ପଟ୍ଟନାୟକ, ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଏବଂ କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତ ଆଦି ଉପସ୍ଥିତ ରହି ଉଭୟ ଗାଡିକୁ ଜବତ କରି ତଦନ୍ତ ଚଳାଇଛନ୍ତି।

ନାଚୁଣୀ ବାଇପାସ ବାଣପୁର ଥାନା ସଡକ ଦୁର୍ଘଟଣା ହରିକୁଣ୍ଡ ବରଡି
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.