Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀଳକଣ୍ଠନଗର ଶିଶୁବିଦ୍ୟାମନ୍ଦିର ଦଶମ ଓ ଦ୍ୱାଦଶ ଶ୍ରେଣୀ ର‌୍ୟାଙ୍କ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଆଜିର ଖବର

ନୀଳକଣ୍ଠନଗର ଶିଶୁବିଦ୍ୟାମନ୍ଦିର ଦଶମ ଓ ଦ୍ୱାଦଶ ଶ୍ରେଣୀ ର‌୍ୟାଙ୍କ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ନୀଳକଣ୍ଠନଗର ସରସ୍ୱତୀ ଶିଶୁମନ୍ଦିରର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ସାରା ରାଜ୍ୟରେ ର‌୍ୟାଙ୍କ ରଖିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଏସ୍‌ବିଆଇ ଜୋନାଲ୍ ଅଫିସ, ବ୍ରହ୍ମପୁର ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟଅତିଥି ଭାବେ ସ୍କୁଲର ସଂପାଦକ ନାରାୟଣ ପଣ୍ଡା, ମୁଖ୍ୟବକ୍ତା ଭାବେ ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏସ୍‌ବିଆଇର ରବିନ୍ଦ୍ର କୁମାର ସେନାପତି, ସୋମନାଥ ନନ୍ଦ, ରବିନ୍ଦ୍ର କୁମାର ରଥ, ଏମ୍‌.ଏନ୍‌.ସେଶୁ କୁମାର ପ୍ରମୁଖ ଯୋଗ ଦେଇଥିଲେ। ସଭାପତିତ୍ୱ ଡ଼ିଜିଏମ୍ ସାକ୍ୟ ସିହ୍ନା ବୈରାଗୀ, ସଂଯୋଜନା ଓ ସ୍ୱାଗତ ଭାଷଣ ସୋମନାଥ ନନ୍ଦ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପର୍ଶୁରାମ ରାଉତ, ସବ୍ୟସାଚୀ ଆଚାର୍ଯ୍ୟ, ସନ୍ତୋଷ ମିଶ୍ର, ଅସାନ୍ତୁଲୁ ସେଠୀ ପ୍ରଭୃତି ଯୋଗ ଦେଇଥିଲେ। ଏହି ଅବସରରେ ଷ୍ଟେଟବ୍ୟାଙ୍କ ଅଫ୍ ଇଣ୍ଡିଆ ଜୋନାଲ୍ ଅଫିସ୍ ବ୍ରହ୍ମପୁର ତରଫରୁ ର‌୍ୟାଙ୍କ ରଖିଥିବା ଶିଶୁମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଜୋନାଲ୍ ଅଫିସ ତରଫରୁ ରବିନ୍ଦ୍ର କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ତଥା ଏସ୍‌ବିଆଇର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ।

ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ନୀଳକଣ୍ଠନଗର ଶିଶୁବିଦ୍ୟାମନ୍ଦିର ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026
Latest News

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.