Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଓ ପରିଚାଳନାଗତ ବିଭ୍ରାନ୍ତି ପାଇଁ ରାଜ୍ୟ ସରକାର ଦାୟୀ: ରାଷ୍ଟ୍ରୀୟ ମଜଦୁର କଂଗ୍ରେସ
ଆଜିର ଖବର

ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଓ ପରିଚାଳନାଗତ ବିଭ୍ରାନ୍ତି ପାଇଁ ରାଜ୍ୟ ସରକାର ଦାୟୀ: ରାଷ୍ଟ୍ରୀୟ ମଜଦୁର କଂଗ୍ରେସ

September 6, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: କରୋନା ଆରମ୍ଭ ସମୟରେ ଲକ୍ଷଲକ୍ଷ ପ୍ରବାସୀ ଘରମୁହାଁ ହେଲେ। ସେମାନଙ୍କ କୌଣସି ରେଜିଷ୍ଟେସନ ହେଲା ନାହିଁ। ସେମାନଙ୍କ ରହିବା ଖାଇବା ଅବ୍ୟବସ୍ଥା ସାଙ୍ଗକୁ କେତେ ପ୍ରବାସୀ ଆସିଲେ ଓ ଗଲେ ତା’ର ମଧ୍ୟ କୌଣସି ହିସାବ ରାଜ୍ୟ ସରାକର ପାଖରେ ନାହିଁ। ରାଜ୍ୟ ସରାକରଙ୍କ ଭୁଲ୍ ପ୍ରବାସୀ ନୀତି ଯୋଗୁଁ ଯେଉଁ ଶ୍ରମିକମାନେ ଘରମୁହାଁ ହେଉଥିଲେ ଏକାଧିକ ଦୁର୍ଘଟଣା ଘଟି ସେମାନଙ୍କ ପ୍ରାଣ ହରାଇଥିଲେ। ବର୍ତ୍ତମାନ ରାଜ୍ୟ ସରକାର ଜିଲ୍ଲାରେ ଶ୍ରମିକମାନଙ୍କୁ କାମ ଯୋଗାଇବା ଓ ଥଇଥାନ କରିବାରେ ବିଫଳ ହୋଇଛନ୍ତି, ଫଳରେ ଶ୍ରମିକମାନେ ପୁଣି କରୋନା ସଂକ୍ରମଣକୁ ନ ଡ଼ରି ବଂଚିବା ଆଶାରେ ସୁରାଟ, ମୁମ୍ବାଇ, ବେଙ୍ଗାଲୁରୁ ଆଦି ରାଜ୍ୟକୁ ଯିବା ଆରମ୍ଭ କରିଛନ୍ତି।

ଶନିବାର ଦିନ ଛତିଶଗଡ଼ ନିକଟରେ ଦୁର୍ଘଟଣାରେ ଗଂଜାମରୁ ଯାଉଥିବା ସାତଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ନବୀନ ସରକାର ସଂପୂର୍ଣ୍ଣ ଦାୟୀ ବୋଲି ଆଜି ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ପକ୍ଷରୁ ଆହୁତ ସାମ୍ବାଦିକ ସମ୍ମିଳନୀରେ ସଭାପତି ପୀତବାସ ପଣ୍ଡା ଦାୟୀ କରିଛନ୍ତି। ଗତ କିଛି ଦିନ ହେଲା ହଜାର ହଜାର ଶ୍ରମିକ ଗଂଜାମ ଜିଲ୍ଲାରୁ ବିପଦସଂକୁଳ ଅବସ୍ଥାରେ ବସ୍‌ଯାତ୍ରା କରି ଅନ୍ୟ ରାଜ୍ୟକୁ ଯାଉଛନ୍ତି। ସେମାନଙ୍କ ପଂଜିକରଣ ହେଉନାହିଁ। ୨୦ ବର୍ଷ ଶାସନ ମଧ୍ୟରେ ଗଂଜାମ ଜିଲ୍ଲାକୁ ଶିଳ୍ପ ବିହୀନ କରାଯାଇଛି। ଆସିକା ସୁତାକଳରେ ତାଲା ଝୁଲୁଛି, ଚିନି ଶିଳ୍ପ ରୁଗ୍‌ଣା ଅବସ୍ଥାରେ। କଂଗ୍ରେସ ଅମଳରେ କରାଯାଇଥିବା ଶିଳ୍ପାୟନଗୁଡ଼ିକ ଆନ୍ତରିକ ଅଭାବରୁ ପୂର୍ଣ୍ଣାଙ୍ଗ ରୂପ ନେଇପାରୁନାହିଁ। ଜିଲ୍ଲାରେ ଶୀତଳ ଭଣ୍ଡାରର ଅଭାବ ଯୋଗୁଁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ।

ନବୀନ ସରକାର ଜିଲ୍ଲାରେ ମଦକୁ ଏକ କୁଟୀର ଶିଳ୍ପରେ ପରିଣତ କରି ଜିଲ୍ଲାର ଅର୍ଥନୀତିକୁ ଧ୍ୱଂସ କରି ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ ୨୦ ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ଦିଅନ୍ତି। ପ୍ରବାସୀ ଶ୍ରମିକଙ୍କୁ ମନରେଗା ଯୋଜନାରେ କାମ ଯୋଗାଇ ଦେଇ ପଂଜିକରଣ ବାଧ୍ୟତାମୂଳକ କରିବାକୁ ସଭାପତି ଶ୍ରୀ ପଣ୍ଡା କହିଥିଲେ।

ଦୁର୍ଘଟଣା ପ୍ରବାସୀ ଶ୍ରମିକ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.