Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟପାଳ ସମ୍ମିଳନୀ, ନୂଆଶିକ୍ଷା ନୀତି ସଂପର୍କରେ ଉଦବୋଧନ ଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ରାଜ୍ୟପାଳ ସମ୍ମିଳନୀ, ନୂଆଶିକ୍ଷା ନୀତି ସଂପର୍କରେ ଉଦବୋଧନ ଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

September 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ରାଜ୍ୟପାଳ ସମ୍ମିଳନୀ, ନୂଆଶିକ୍ଷା ନୀତି ସଂପର୍କରେ ଉଦବୋଧନ ଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆ ଶିକ୍ଷାନୀତି ୨୦୨୦ ଉପରେ ଆୟୋଜିତ ରାଜ୍ୟପାଳମାନଙ୍କ ସମ୍ମିଳନୀରେ ଉଦ୍‌ବୋଧନ ଦେବେ । ପୂର୍ବାହ୍ନ ୧୦.୩୦ ସମୟରେ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବାର କାର୍ଯ୍ୟସୂଚୀ ଚୂଡାନ୍ତ ହୋଇଛି ।

ଏହି ସମ୍ମିଳନୀର ନାମ ରଖାଯାଇଛି ‘ଉଚ୍ଚଶିକ୍ଷାର ପରିବର୍ତ୍ତନରେ ନୂଆ ଶିକ୍ଷାନୀତି ୨୦୨୦ର ଭୂମିକା ।’ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟଦ୍ୱାରା ଏହି ସମ୍ମିଳନୀ ଆୟୋଜିତ ହେଉଛି । ଦୀର୍ଘ ୩୪ ବର୍ଷର ବ୍ୟବଧାନ ପରେ ନୂଆ ଶିକ୍ଷାନୀତି ୨୦୨୦ ପ୍ରସ୍ତୁତ ହୋଇଛି ଏବଂ ଏହା ଦେଶର ଏକବିଂଶ ଶତାବ୍ଦୀର ପ୍ରଥମ ଶିକ୍ଷାନୀତି । ପୂର୍ବବର୍ତ୍ତୀ ସରକାର ସମୟରେ ୧୯୮୬ ମସିହାରେ ପ୍ରବର୍ତ୍ତିତ ଶିକ୍ଷାନୀତି ଏଯାଏଁ କାର‌୍ୟ୍ୟକାରୀ ହୋଇଆସୁଛି । ନୂଆ ଶିକ୍ଷାନୀତି ଦ୍ୱାରା ଉଭୟ ସ୍କୁଲ ଓ ଉଚ୍ଚଶିକ୍ଷା କ୍ଷେତ୍ରରେ ବଡଧରଣର ସଂସ୍କାର ଆଣିବାକୁ ପ୍ରୟାସ କରାଯାଇଛି ।

ନୂଆ ଶିକ୍ଷାନୀତି ଭାରତକୁ ଏକ ସମତାଭିତ୍ତିକ ଓ ସମୃଦ୍ଧ ଜ୍ଞାନ ସମାଜରେ ପରିଣତ କରିବାକୁ ଉଦ୍ଦିଷ୍ଟ । ଏଥିରେ ଭାରତ କୈନ୍ଦ୍ରିକ ଶିକ୍ଷା ବ୍ୟବସ୍ଥା ପ୍ରବର୍ତ୍ତନର ବ୍ୟବସ୍ଥା ରହିଛି; ଯାହା ଭାରତକୁ ସିଧାସଳଖ ଏକ ବିଶ୍ୱଶକ୍ତିରେ ପରିଣତ କରିବାକୁ ଉଦ୍ଦିଷ୍ଟ ।

ନୂଆ ଶିକ୍ଷାନୀତି ଦେଶର ଶିକ୍ଷା ବ୍ୟବସ୍ଥାରେ ଏକ ବ୍ୟାପକ ପରିବର୍ତ୍ତନ ଆଣିବ ଏବଂ ବର୍ତ୍ତମାନର ଶିକ୍ଷା ବ୍ୟବସ୍ଥା ସଂପୂର୍ଣ୍ଣ ବଦଳିଯିବ । ଆତ୍ମନିର୍ଭର ଭାରତ ଗଠନରେ ସହାୟକ ହେବାଭଳି ଏକ ଶିକ୍ଷାତନ୍ତ୍ର ଓ ପରିବେଶ ସୃଷ୍ଟି କରିବାକୁ ନୂଆ ଶିକ୍ଷାନୀତିରେ ଉଦ୍ୟମ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ନିର୍ମାଣ ଲକ୍ଷ୍ୟ ପୂରଣ କରିବାକୁ ଏହା ଉଦ୍ଦିଷ୍ଟ ।

ନୂଆ ଶିକ୍ଷାନୀତିର ବିଭିନ୍ନ ଦିଗ ଉପରେ ବିଭିନ୍ନ ପ୍ରକାର ୱେବିନାର, ଭର୍ଚୁଆଲ କନ୍‌ଫରେନ୍ସ ଏବଂ ଆଲୋଚନାଚକ୍ରମାନ ଦେଶବ୍ୟାପୀ ଆୟୋଜିତ ହେଉଛି ।

ଶିକ୍ଷା ମନ୍ତ୍ରଣାଳୟ ଏବଂ ବିଶ୍ୱବିଦ୍ୟାଳୟ ମଞ୍ଜୁରି ଆୟୋଗ ମିଳିତଭାବେ ଏଥିପୂର୍ବରୁ ଏକ ଆଲୋଚନାଚକ୍ର ଆୟୋଜନ କରିଥିଲେ । ଏହାର ବିଷୟବସ୍ତୁ ଥିଲା, ‘ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ ପରିବର୍ତ୍ତନ ।’ ଏଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ବୋଧନ ଦେଇଥିଲେ। ଅନୁଷ୍ଠିତ ହେଉଥିବା ରାଜ୍ୟପାଳଙ୍କ ସମ୍ମିଳନୀରେ ସବୁ ରାଜ୍ୟର ଶିକ୍ଷାମନ୍ତ୍ରୀ, ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡିକର କୁଳପତି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।

ରାଜ୍ୟପାଳ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026
Latest News

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.