
ଭୁବନେଶ୍ୱର : ପୁଣି ଆସନ୍ତା ୧୩ ତାରିଖରେ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୭ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି କହିଛି ଭୁବନେଶ୍ବର ପାଣିପାଗ ବିଭାଗ। ଏହି ୭ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ ଓ ଗଂଜାମ ଜିଲ୍ଲା। ସେହିପରି ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରି ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସଆରସି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି।
Tags: ବଙ୍ଗୋବ ସାଗର, ଲଘୁଚାପ