ୟେଲୋ ଓ୍ବାର୍ଣ୍ଣିଂ : କାଲିଠୁ 5 ଦିନ ବର୍ଷିବ

Published: Sep 10, 2020, 4:29 pm IST

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର 13 ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତାକାଲି ଠାରୁ 5 ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ 21ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି –  ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ସମସ୍ତ ଜିଲ୍ଲାଗୁଡ଼ିକରେ ବଜ୍ରପାତ ହେବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ 5  ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Related posts