
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଶୁକ୍ରବାର ରାଜ୍ୟ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନିଜେ ଟୁକୁନି କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । କୌଣସି ଲକ୍ଷଣ ନଥିବାରୁ ସେ ହୋମ ଆଇସୋଲେସନରେ ରହିଥିବା ଜଣାପଡିଛି । ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ନିଜର କରୋନା ପରୀକ୍ଷଣ କରାଇବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି । ଏହା ପୂର୍ବରୁ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ସମେତ ରାଜ୍ୟର ଏକାଧିକ ମନ୍ତ୍ରୀ ଏବଂ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ ।
Tags: tukuni sahu