ଆଉ 11 କରୋନା ଆକ୍ରାନ୍ତ ମୃତ୍ୟୁ : ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା 611କୁ ବୃଦ୍ଧି

Published: Sep 12, 2020, 12:06 pm IST

ଭୁବନେଶ୍ବର : ରାଜ୍ୟରେ ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 2 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗିର, କନ୍ଧମାଳ, ଯାଜପୁର, କେଉଁଝର, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କଟକରୁ ସର୍ବାଧିକ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 66ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 88, 45 ବର୍ଷ ବୋଲି ସୂଚନା ରହିଛି । ସେହିପରି ଭୁବନେଶ୍ବରରୁ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 30 ବର୍ଷୀୟ ଯୁବକ ଥିବାବେଳେ ଅନ୍ୟ ଜଣେ 82 ବର୍ଷୀୟ ବ୍ୟକ୍ତି ।

ବଲାଙ୍ଗିରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 70 ବର୍ଷ ହୋଇଥିବାବେଳେ ଯାଜପୁରରୁ 48 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କେଉଁଝରରୁ 75 ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କନ୍ଧମାଳରୁ 64 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ 56 ବର୍ଷୀୟ ଆକ୍ରାନ୍ତ ଓ ରାୟଗଡାରୁ 63 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 616କୁ ବୃଦ୍ଧି ହୋଇଛି ।

Related posts