
ଭୁବନେଶ୍ବର : ଆଜି ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍। କୋଭିଡ୍-19 କଟକଣା ମଧ୍ୟରେ ଅଫଲାଇନରେ ହେଉଥିବା ଏହି ପରୀକ୍ଷାରେ ଦେଶର 15 ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବାକୁ ଥିବା ବେଳେ ଓଡ଼ିଶାରୁ 37 ହଜାର 459 ଜଣ ଛାତ୍ରଛାତ୍ରୀ ରହିଛନ୍ତି। ଓଡ଼ିଶାର 7ଟି ସହରରେ 84ଟି ପରୀକ୍ଷା କେନ୍ଦ୍ର ହୋଇଛି। ଭୁବନେଶ୍ବରରେ ସର୍ବାଧିକ 31ଟି ପରୀକ୍ଷା କେନ୍ଦ୍ରରେ 15 ହଜାର 688 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସମସ୍ତ ଛାତ୍ରଛାତ୍ରୀଙ୍କ ହେବ ଥର୍ମାଲ ସ୍କ୍ରିନିଂ। ପଜିଟିଭ୍ ଛାତ୍ରଛାତ୍ରୀଙ୍କୁ ହଲ୍କୁ ଏଣ୍ଟି୍ ମନା । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ନୂଆ ଏସ୍ଓପି ଜାରି ହୋଇଛି । ପରୀକ୍ଷା ପୂର୍ବରୁ ଏସ୍ଓପି ଜାରି କରିଛି ଏନ୍ଟିଏ । ଯେଉଁ ପରୀକ୍ଷାର୍ଥୀଙ୍କ ରିପୋର୍ଟ ପଜିଟିଭ୍ ଆସିବ ସେମାନଙ୍କୁ ଆଜି ପରୀକ୍ଷା ହଲ୍ରେ ପଶିବାକୁ ଅନୁମତି ଦିଆଯିବ ନାହିଁ । ପଜିଟିଭ୍ ଛାତ୍ରଛାତ୍ରୀ ଅନ୍ୟ ଦିନରେ ପରୀକ୍ଷା ଦେଇପାରିବେ। ଆଜି ପରୀକ୍ଷା ପରେ ଏନେଇ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ରହିଛି ।