ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କରୋନା

Published: Sep 14, 2020, 9:06 am IST

ଭୁବନେଶ୍ବର : ସାରା ଦେଶରେ କରୋନା ଅଣାୟତ୍ତ ରହିଥିବାବେଳେ ରାଜ୍ୟରେ ମଧ୍ୟ କରୋନା ମାମଲା ବେଶ୍‌ ବୃଦ୍ଧି ପାଇବାରେ ଲାଗିଛି । ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ସେଲିବ୍ରିଟି ସମେସ୍ତ ଏହି ମହାମାରୀର ଆକ୍ରାନ୍ତ ହେଉଛନ୍ତି।

ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି। ପଜିଟିଭ ଚିହ୍ନଟ ହୋଇଥିବା ନେଇ କାଲି ସେ ନିଜେ ସୂଚନା ଦେଇଥିଲେ । ବର୍ତ୍ତମାନ ସେ ଭୁବନେଶ୍ୱରର ଏମ୍ସରେ ଭର୍ତ୍ତି ହୋଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ସମୀର ମହାନ୍ତି ଗତ ଜାନୁଆରି ମାସରେ ଓଡ଼ିଶା ବିଜେପିର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ।ଏହାପୂର୍ବରୁ ସମୀର ମହାନ୍ତି ଦଳର ଉପାଧ୍ୟକ୍ଷ ଥିଲେ।

Related posts