ଭୁବନେଶ୍ବର : ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଭାରତର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । 20ରେ ଏକ ଲଘୁଚାପ ଆସୁଥିବାରୁ ଆସନ୍ତା 22 ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜି 13 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । 20ତାରିଖରୁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସେହିପରି ଯଦି କେହି ମତ୍ସ୍ୟଜୀବୀ ସମୁଦ୍ରରେ ଥିବେ, ତେବେ 20 ସୁଦ୍ଧା ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।