22 ଯାଏଁ ବର୍ଷା : 13 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

Published: Sep 17, 2020, 4:17 pm IST

ଭୁବନେଶ୍ବର :  ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଭାରତର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।  20ରେ ଏକ ଲଘୁଚାପ ଆସୁଥିବାରୁ  ଆସନ୍ତା 22 ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ  ଆଜି 13 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । 20ତାରିଖରୁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସେହିପରି ଯଦି କେହି ମତ୍ସ୍ୟଜୀବୀ ସମୁଦ୍ରରେ ଥିବେ, ତେବେ 20 ସୁଦ୍ଧା ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।

Related posts