ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୬୦୭ ଜଣ କରୋନା ଆକ୍ରାନ୍ତ

Published: Sep 17, 2020, 7:55 pm IST

ଭୁବନେଶ୍ବର: ଆଜି ରାଜ୍ୟରେ  ୩ ହଜାର ୬୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୦୩୭ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୪୧୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୨୯୯, ବଲାଙ୍ଗିରିରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ବରରୁ ୧୧୨, ସୁନ୍ଦରଗଡରୁ ୧୦୭, ଜଗତସିଂହପୁରରୁ ୧୦୫, ନବରଙ୍ଗପୁରରୁ ୧୦୪, ସୋନପୁରରୁ ୧୦୦, ବରଗଡରୁ ୮୪, କେନ୍ଦ୍ରାପଡାରୁ ୮୪, ଝାରସୁଗୁଡାରୁ ୮୨, ରାୟଗଡାରୁ ୮୦, ଗଞ୍ଜାମରୁ ୭୫, କୋରାପୁଟରୁ ୭୫, ସମ୍ବଲପୁରରୁ ୭୧, ନୟାଗଡରୁ ୫୫, ଭଦ୍ରକରୁ ୫୪, ନୂଆପଡାରୁ ୪୪, କେନ୍ଦୁଝରରୁ ୪୩, ମାଲକାନଗିରିରୁ ୩୭, ବୌଦ୍ଧରୁ ୩୦, ଢେଙ୍କାନାଳରୁ ୨୮, ଗଜପତିରୁ ୨୬, କଳାହାଣ୍ଡିରୁ ୧୯, ଦେବଗଡରୁ ୧୮, କନ୍ଧମାଳରୁ ୧୬, ଅନୁଗୁଳରୁ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୩୩ ହଜାର ୪୬୬ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧ଜଣ ଥିବାବେଳେ ସକ୍ରିୟ କେସ ଅଛି ୩୨ ହଜାର ୯୭୩ ଜଣ ଏବଂ ୬୬୯ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Related posts