ପ୍ରବଳ ବର୍ଷିବ : ଚାରି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

Published: Sep 18, 2020, 4:00 pm IST

ଭୁବନେଶ୍ବର : ଆସନ୍ତା 20 ତାରିଖରେ ଉତ୍ତର – ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଚାରି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।  ମାଲକାନଗିରି, କୋରାପୁଟ, ସୁନ୍ଦରଗଡ ଓ କେନ୍ଦୁଝରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ।  23  ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଥିବାବେଳେ ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନଙ୍କୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

Related posts