ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ

Published: Sep 18, 2020, 8:30 pm IST

ଭୁବନେଶ୍ବର: ଆଜି ରାଜ୍ୟରେ  ୪ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୮୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୫୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୨୯୮,  ବଲାଙ୍ଗୀରିରୁ୧୯୩, ଯାଜପୁରରୁ ୨୭୨, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୂଆପଡ଼ାରୁ ୧୧୨, କନ୍ଧମାଳରୁ ୧୦୨, ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ବରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡରୁ ୪୭, ବୌଦ୍ଧରୁ ୩୮, ମାଳାକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେବଗଡରୁ ୧୦ ଏବଂ ଷ୍ଟେଟ ପୁଲ ରୁ ୩୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୩୭ ହଜାର ୫୬୭ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୧ ହଜାର ୩ ଶହ ୪୧ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୩୯ ଜଣ ଏବଂ ୬୮୨ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

 

Related posts