ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ପ୍ରଦାନ କରାଯିବ ’ଶାରଦା ପ୍ରସନ୍ନ ନାୟକ ଗୀତି କବିତା ପୁରସ୍କାର’   

Published: Sep 19, 2020, 5:01 pm IST

ଭୁବନେଶ୍ବର : ବିଶିଷ୍ଟ ଗୀତିକାର, ପ୍ରଯୋଜକ ସଂଗୀତ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ପ୍ରତିବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ’ଶାରଦା ପ୍ରସନ୍ନ ନାୟକ ଗୀତି କବିତା ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଗୀତି କବିତା ପାଇଁ ପ୍ରଦାନ କରାଯାଉଥିବା ପୁରସ୍କାରକୁ ଶାରଦା ପ୍ରସନ୍ନ ନାୟକଙ୍କ ନାମରେ ନାମିତ କରାଯିବ ସହ ପୁରସ୍କାର ରାଶିକୁ 2.4 ଲକ୍ଷକୁ ବୃଦ୍ଧି କରାଯାଇଛି ।

ଶାରଦା ପ୍ରସନ୍ନ ନାୟକ ଓଡ଼ିଆ ସାରସ୍ବତ ଜଗତର ଅମିଳନ ପ୍ରତିଭା । ଜଣେ ଗୀତିକାର, ପ୍ରଯୋଜକ, ସଂଗୀତ ନିର୍ଦ୍ଦେଶକ ଭାବରେ ଓଡ଼ିଆ ସାଂସ୍କୃତିକ ଜଗତରେ ତାଙ୍କ ଅଲିଭା ସ୍ମୃତି ଛାଡି ଯାଇଛନ୍ତି । ଏହି ମହାନ୍‌ ସ୍ରଷ୍ଟା ଅନବଦ୍ୟ ଅବଦାନକୁ ସମ୍ମାନ ଜଣାଇ ଆଜି ସନ୍ଧ୍ୟାରେ ରାଜ୍ୟ ସଂସ୍କୃତି ବିଭାଗ ଏବଂ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଏକଦଶାହ ସଭା ଅନୁଷ୍ଠିତ ହେବ ।

Related posts