ଲଘୁଚାପ : 7 ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

Published: Sep 19, 2020, 5:18 pm IST

ଭୁବନେଶ୍ବର :ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସାତଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି, ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ  10ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ । ଏହି ସମୟ ଭିତରେ ସମୁଦ୍ର ଭିତରକୁ ମାଛ ଧରିବାକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।

Related posts