
ନିର୍ବାଚନ ପାଇଁ ଏବେ ଜୋରସୋର୍ରେ ଚାଲିଛି ଦଳବଦଳ ରାଜନୀତି ଓ ମିଶ୍ରଣ ପର୍ବ। ପ୍ରତିଦିନି କିଛି ନେତା ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ଯୋଗ ଦେଉଥିବା ବେଳେ ଆଉ କିଛି ବ୍ୟକ୍ତି ସକ୍ରିୟ ରାଜନୀତିରେ ଭାଗ ନେବା ପାଇଁ ଦଳରେ ଯୋଗ ଦେଉଛନ୍ତି। ଆଜି ବିଜେଡି ନେତା ତଥା ରାଜ୍ୟସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ ବିଜେପିରେ ଯୋଗଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ରିଷଭ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି । ଏହି ଅବସରରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେଭି ସିଂହଦେଓ ପ୍ରମୁଖଙ୍କ ଉପସ୍ଥିତ ରହିଥିଲେ ।